ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଷ ପିଇ ଆତ୍ମହତ୍ୟା 

ବିଷ ପିଇ ଆତ୍ମହତ୍ୟା 

ଡାବୁଗାଁ, 19/6 (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ପରଶୁବେଢା ଗ୍ରାମ ର ଜଣେ ବିଷ ପିଇ ଆତ୍ମହତ୍ୟା କରିଥିବା ନେଇ ବୁଧବାର ଡାବୁଗାଁ ଥାନା ରେ ଅଭିଯୋଗ ହୋଇଛି l ସୂଚନା ଯୋଗ୍ୟ:- ପରଶୁବେଢା ଗ୍ରାମର କୁମର ଗୌଡ (୫୫) ଆଜି ସକାଳ ସମୟରେ କୌଣସି କାରଣରୁ ବିଷ ପି ଦେଇଥିଲେ । ଏହା ଦେଖି ପରିବାର ଲୋକେ ତାଙ୍କୁ ଡାବୁଗାଁ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର କୁ ଆଣିଥିଲେ । ଚିକିତ୍ସିତ ଅବସ୍ଥାରେ ତାଙ୍କ ର ମୃତ୍ୟୁ ଘଟିଥିଲା । ଏନେଇ ମୃତକ ର ପୁଅ ମୁନ୍ଦନ ଗୌଡ ଡାବୁଗାଁ ଥାନା ରେ ଏତଲା ଦେଇଥିଲେ । ଉକ୍ତ ଏତଲା କୁ ଭିତ୍ତି କରି ଥାନା ଏଏସଆଇ ଚନ୍ଦ୍ର ଶେଖର ହଜାରୀ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ପଞ୍ଚାନାମା କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ l ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ କୁ ହସ୍ତାନ୍ତର କରାଯାଇଛି l ଏନେଇ ଥାନା କେସ ନଂ ୨୨/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି l

ଡାବୁଗାଁ ରୁ ପ୍ରଜ୍ଞା ରଞ୍ଜନ ପରିଡା ଙ୍କ ରିପୋର୍ଟ

Related posts

ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ 

Sunil Chandra Nayak

ମହାବିଷ୍ଣୁ ଯଜ୍ଞ ପାଇଁ କଳସଯାତ୍ରା, ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ

masiha

ଡାବୁଗାଁ ବ୍ଲକ ର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷା ଶପଥ ସପ୍ତାହ ର ସଂ|ସ୍କୃତିକ ଦିବସ ପାଳନ 

masiha

Leave a Comment

error: Content is protected !!