ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲା ସ୍ଥରୀୟ ବୈଠକ ଅନୁଷ୍ଠିତ 

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲା ସ୍ଥରୀୟ ବୈଠକ ଅନୁଷ୍ଠିତ 

ରାୟଗଡ:-ତା.୨୦/୦୬-ରାୟଗଡ ଜିଲ୍ଲା ସ୍ଥରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତ ବୈଠକ ଆଜି ରାୟଗଡ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜ଼ିଲ୍ଲାପରିଷଦ ଅଧ୍ୟାକ୍ଷା ସୁଶ୍ରୀ ସରସ୍ବତୀ ମାଝୀ,ରାୟଗଡ ଉପାଧ୍ୟକ୍ଷ ଶ୍ରୀ ସନ୍ତୋଷ ସୁନା, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ,ରାୟଗଡ ବିଧାୟକ ପ୍ରତିନିଧି,ସମିତି ଅଧ୍ୟକ୍ଷ, ଅଧ୍ୟକ୍ଷା ପ୍ରମୁଖ ଯୋଗଦାନ କରି ଆଗାମୀ ଦିନ ମାନଙ୍କରେ ସମ୍ଭlବ୍ୟ ପ୍ରାକୃତିକ ବିପର୍ଯୟ ମୁକାବିଲା ନିମନ୍ତେ ପ୍ରସ୍ତୁତି ରହିବା ଉପରେ ଆଲୋଚନା କରିଥିଲେ l ଏହି ବୈଠକରେ ବିଶେଷ କରି ବର୍ଷାଦିନେ ସମ୍ବାବ୍ୟ ବନ୍ୟା ଓ ବତ୍ୟାର କିପରି ମୁକାବିଲା କରାଯାଇପାରିବ ସେଥିନିମନ୍ତେ ବିସ୍ତ୍ରୁତଭାବେ ଆଲୋଚନା କରିଥିଲେ l ଜିଲ୍ଲାର ପ୍ରମୁଖ ନଦୀବନ୍ଧ ଯଥା ନାଗାବୋଲି, ବଂଶଧାରାନଦୀଜଳ ପ୍ରବାହିତ ନଦୀବନ୍ଧ ଗୁଡିକର ସ୍ଥିତି ସଂପୃକ୍ତ ଵିଭାଗୀୟ ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ l ଦୁର୍ବଳ ନଦୀବନ୍ଧ ଗୁଡ଼ିକର ଚିହ୍ନଟ କରି ତୁରନ୍ତ ମରାମତି କରିବାକୁ ଜିଲ୍ଲା ପାଳ ଶ୍ରୀ ମହାଜନ ନିର୍ଦ୍ଧେଶ ଦେଇଥିଲେ l ବନ୍ୟା ପ୍ରବଣ ଅଂଚଳ ଗୁଡିକରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା-ଚାଉଳ,ଚୂଡ଼ା,ଗୁଡ,ବିସ୍କୁଟ, କ୍ୟାଣ୍ଡେଲ,କିରାସିନି,ଔଷଧ ଆଦି ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ବର୍ଷା ଦିନରେ ବନ୍ୟା ସମୟରେ ବିଶୁଦ୍ଧ ପାନୀୟଜଳ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ଗ୍ରାମୀୟ ଜଳ ଯୋଗାଣ ସଂସ୍ଥା ନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ଦୁର୍ଘମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବା ନିମନ୍ତେ ଆଗୁଆ ଔଷଧ,ସାପକାମୁଡା ନିରକରଣ ଇଂଜେକସନ , ଓଆରଏସ , ହେଲଜେନ , ବଳିଚିଂ ପାଉଡର ଆଦି ଆଗୁଆ ମହଜୁଦ ରଖିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଜିଲ୍ଲା ପାଳ ନିର୍ଦ୍ଦେଶ ଦେଇଛନ୍ତି l ପ୍ରାଣୀ ଚିକିତ୍ସା ପାଇଁ ମଧ୍ୟ ଆଗୁଆ ବ୍ୟବସ୍ଥା କରିବାକୁ ଜିଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ କୁହାଯାଇଛି l ବର୍ଷାଦିନ ପୂର୍ବରୁ ନାଲନର୍ଦ୍ଦମା ଗୁଡିକର ସଫାସୁତୁରା ଓ ମରାମତି କରିବାକୁ ସଂପୃକ୍ତ ଅଧିକାରୀ ମାଙ୍କୁ କୁହାଯାଇଛି l ବନ୍ୟା ବାତ୍ୟା ସମୟରେ ଚାଷୀମାଙ୍କୁ ଆଗୁଆ ସତର୍କ କରିବାକୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କୁ ଜିଲାପାଳ କହିଥିଲେ l ବlତ୍ୟା ଆଶ୍ରୟ ସ୍ଥଳି,ବlତ୍ୟା ସମୟରେ ବ୍ୟବହାର ନିମନ୍ତେ ଚିହ୍ନଟ କରାଯାଇଥିବା ବିଦ୍ୟାଳୟ ଗୁଡିକର ପ୍ରସ୍ତୁତ ରଖିବାକୁ ନିର୍ବାହୀ ଅଧିକାରୀ, ଗୋଷ୍ଠି ଉନ୍ନୟନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ବର୍ଷା ମାପ ଯନ୍ତ୍ର ଗୁଡିକର ନିରୀକ୍ଷଣ କରି ଓ ବର୍ଷାର ସଠିକ ମାପ କରି ରିପର୍ଟ ଦେବାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରଇତ କହିଥିଲେ l ବର୍ଷାଦିନ ପୂର୍ବରୁ ରାସ୍ତା ଘାଟ, ବିଦ୍ୟୁତ ଯୋଗାଯୋଗ କାର୍ଯ୍ୟ ଗୁଡ଼ିକର ମରାମତି କରିବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ବନ୍ୟl ବାତ୍ୟା ମୁକାବିଲା ନିମନ୍ତେ ଆବଶ୍ୟକ ଯନ୍ତ୍ରପାତି, ଡ଼ଙ୍ଗା ସହ ପ୍ରସ୍ତୁତି ରହିବାକୁ ଓଡ୍ରାଫ ଟିମ ଓ ଅଗ୍ନିଶମ ବିଭlଗକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l

ଏହି ବୈଠକରେ ବିଭିନ୍ନ ବ୍ଲକର ବିଡ଼ିଓ, ତହସିଲଦାର, ଜିଲ୍ଲାସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଲଳିତ ମଣ୍ଡଳ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଚନ୍ଦାହାଣ୍ଡି ରେ ବିଜେପି ର ବିଜୟ ଉତ୍ସବ 

masiha

ଦଶ ଦିନ ହେଲା ଲିମସେର ଗାଁରେ ପିଇବା ପାଣି ପାଇଁ ଡହକ ବିକଳ

Sunil Chandra Nayak

ଶ୍ରଦ୍ଧା ଫାଉଣ୍ଡେସନରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି 

masiha

Leave a Comment

error: Content is protected !!