ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟାଳୟର କନିଷ୍ଠ ସହାୟକଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା 

 ବିଦ୍ୟାଳୟର କନିଷ୍ଠ ସହାୟକଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା 

ରୁପ୍ରା, ୨/୭ (ମ ନି ସ) : ନର୍ଲା ବ୍ଲକ୍ ଅଧିନ ପଞ୍ଚାୟତ ସମିତି ସରକାରୀ ଉଚ୍ଚ ବିଦ୍ୟାଳୟ,ନର୍ଲାର କନିଷ୍ଠ ସହାୟକ ସୁବାଷ ଚନ୍ଦ୍ର ପଧାନଙ୍କ ଅବସରକାଳୀନ ସମ୍ୱର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ଅର୍ଚ୍ଚନା ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଲଳିତ ରଣା ଯୋଗଦାନ କରିଥିଲେ। ଏହି ଅବସରରେ କନିଷ୍ଠ ସହାୟକ ଶ୍ରୀଯୁକ୍ତ ପଧାନ ଓ ତାଙ୍କ ପତ୍ନୀ କ୍ଷୀତିସୂତା ପଧାନଙ୍କୁ ବିଦ୍ୟାଳୟ ପକ୍ଷରୁ ଉପଢୌକନ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ମଞ୍ଚ ପରିଚାଳନା ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ତେଜରାଜ ସାହୁ ଓ ଶିକ୍ଷୟିତ୍ରୀ ଶିଲା ପ୍ରହରାଜ କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ସୁସ୍ମିତା ସୁନାମୁଦି ମାନପତ୍ର ପଠନ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ଦାଶ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ କରିଥିଲେ।  

ଅଜୟ କୁମାର ସେନାପତି ଙ୍କ ରିପୋର୍ଟ୍ 

Related posts

ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ସ୍ମୁତି ସଭା ଅନୁଷ୍ଠିତ

Sunil Chandra Nayak

ଢେଙ୍କାନାଳ ଜିଲ୍ଲା ସ୍ତରୀୟ ସେବା ସଂକଳ୍ପ ଅଭିଯାନ -୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

ବରଯାତ୍ରୀ ଵୋଲରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ,ଜଣେ ମୃତ

Leave a Comment

error: Content is protected !!