ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ 

ଡାବୁଗାଁ, ୨୯/୭ (ମ.ନି.ସ.)- ଶ୍ରାବଣ ମାସର ୨ୟ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା , ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

କୋକସରା ବ୍ଲକର ବିଭିନ୍ନ ସ୍ଥାନରେ ଘୋଷଯାତ୍ରା ଶାନ୍ତି ଶୃଙ୍ଖଳା ସହ ପାଳିତ

Sunil Chandra Nayak

ନାମ୍ପୋରେ ଗୁଣ୍ଡିଚା ରଥ ଯାତ୍ରା ମହା ଆଡମ୍ବରରେ ପାଳିତ

Sunil Chandra Nayak

ଆୟାପ୍ପା ସ୍ଵାମୀ ଭକ୍ତ ଙ୍କ ଦୀକ୍ଷା ଗ୍ରହଣ 

Sunil Chandra Nayak

Leave a Comment

error: Content is protected !!