ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ

କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ

ଡାବୁଗାଁ, ୧୨/୮ (ମ.ନି.ସ.)- ଶ୍ରାବଣ ମାସର ୪ର୍ଥ ସୋମବାର ରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ କେଲିଆ ଶୈବ ପୀଠରେ ସକାଳୁ ବୋଲ ବମ ଭକ୍ତଙ୍କ ଭିଡ ଜମିଥିଲା | ଆଜି ଭୋରରୁ ୩ ଘ॰ କେଲିଆ ଶୈବ ପୀଠରେ ଭକ୍ତ ମାନେ ପହଞ୍ଚି ଧାଡି ବାନ୍ଧି ଜଣେ ଜଣେ ବାବା ଝଡେଶ୍ଵର ମହାଦେବଙ୍କ ଉପରେ ଜଳ ଢାଳି ଅଭିଷେକ କରି ପୂଜାର୍ଚ୍ଚନା କରିଥିଲେ | ଶାନ୍ତି ଶୃଙ୍ଖଳାର ସହ କାଉଡିଆ ମାନେ ଶ୍ରୀ ଝାଡେଶ୍ଵର ମହାଦେବଙ୍କୁ ଜଳ ଲାଗି କରିବା ସହ ଦର୍ଶନ କରିଥିଲେ | ଏଠାରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ଵ ଭକ୍ତ ଙ୍କ ସମାଗମ ହୋଇଥିଲା | ଏହା ସହ ଡାବୁଗାଁ, ବିରିସୋଲା, ଜୁନାପାଣି ଶିବ ମନ୍ଦିରରେ ମଧ୍ୟ କାଉଡିଆ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା | ବିଭିନ୍ନ ଶୈବପୀଠ ମାନଙ୍କରେ ଭକ୍ତ ମାନଙ୍କ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ଡାବୁଗାଁ ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପ୍ରଭୁ ପଶ୍ଚିମେଶ୍ୱରଙ୍କ ମନ୍ଦିରରେ କାର୍ତ୍ତିକ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା ଯାତ୍ରାରେ ୫୦ ହଜାରରୁ ଉର୍ଦ୍ଧ୍ବ ଶ୍ରଦ୍ଧାଳୁ ଭକ୍ତମାନଙ୍କ ସମାଗମ 

Sunil Chandra Nayak

ବନ୍ଧୁଗାଁ ବ୍ଲକର ସମସ୍ତ ଆଦିବାସୀ ଗାଁ ରେ ହିରେଇ ପର୍ବ ଧୁମଧାମରେ ପାଳନ ପାଇଁ ପାରମ୍ପରିକ ଭାବେ ପୂଜା ସହିତ ଶୁଭାରମ୍ଭ

Sunil Chandra Nayak

ଡାବୁଗାଁ ରେ ବିଶ୍ଵକର୍ମା ଙ୍କ ପୂଜା ପାଳିତ 

masiha

Leave a Comment

error: Content is protected !!