ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ

କନ୍ଧମାଳ,୧୫/୦୮:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ପାଳନ ହୋଇଯାଇଛି | ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତୀୟ ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଡଃ.ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ଫଳ ବଣ୍ଟନ କରାଯାଇଥିଲା । ଅପରାହ୍ନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଉପଖଣ୍ଡ ପ୍ରଶାସନ ବନାମ ସାଧାରଣ ଜନତା ଙ୍କ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ୍‌ ମ୍ୟାଚ୍ ଆୟୋଜିତ ହେବା ପରେ ପରେ ସ୍ଵାଧୀନତା କପ୍ ଫୁଟବଲ୍‌ ଚାମ୍ପିୟାନ୍‌ ସିପ୍‌ର ଫାଇନାଲ୍ ମ୍ୟାଚ୍ ମଧ୍ୟ ଅନୁଷ୍ଠିତ ହୋଇଥିଲା l ସନ୍ଧ୍ୟାରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହୋଇଥିଲା l ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଧିରଜ କୁମାର ପାତ୍ର ପରିଚାଳନା କରିଥିବା ବେଳେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ତୀର୍ଥବାସୀ ଘଡେ଼ଇ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ଗୁହାଳଡାଙ୍ଗିରୀରେ ଧାନ ମଣ୍ଡି ଖୋଲିଲା

masiha

ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ହେଲା ଜମି ଚିହ୍ନଟ 

masiha

୫୪ ବର୍ଷରେ ଲଙ୍କେଶ୍ୱରୀ କ୍ଲବ ପୂଜା ମଣ୍ଡପ, ମନମୋହୁଛି ଅକ୍ଷରଧାମ ତୋରଣ,ଭିଡ ଜମୁଛି ବିଭିନ୍ନ ପୂଜା ମଣ୍ଡପରେ

masiha

Leave a Comment

error: Content is protected !!