ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟରେ ୭୮ ତମ ସ୍ୱାଧୀନତା ଦିବସ -୨୦୨୪ ପାଳନ

ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟରେ ୭୮ ତମ ସ୍ୱାଧୀନତା ଦିବସ -୨୦୨୪ ପାଳନ

 ସ୍ଥାନୀୟ ଶତାୟୁ,ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ କୋଭିଡ-୧୯ ନିୟମ ସବୁକୁ ଅନୁପାଳନ କରି ଆଜାଦୀର ଅମୃତ ମହୋତ୍ସବ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ପାଳନ ଅବସରରେ ୭୮ତମ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟର ବର୍ତ୍ତମାନର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ ,ଓଡ଼ିଶା ଶିକ୍ଷାସେବା(ଏସ. ବି)(ଗ୍ରୁପ -ଏ) ଜୁନିୟର ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ବିଦ୍ୟାଳୟସ୍ତରୀୟ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଂଶଗ୍ରହକାରୀ ଦଶ ଗୋଟି ଦଳର ଅଭିବାଦନ ଗ୍ରହଣ କରିବା ସଙ୍ଗେ ସଙ୍ଗେ ସ୍ଵୀୟ ଅଭିଭାଷଣ ପ୍ରଦାନ ନକରି ତାଙ୍କ ପରିବର୍ତ୍ତେ ଷଷ୍ଠ ଶ୍ରେଣୀର ଛାତ୍ରୀ ସୁଶ୍ରୀ ସାନଭି ତ୍ରିପାଠୀଙ୍କୁ ଏଥିପାଇଁ ଏକ ସୁଯୋଗ ପ୍ରଦାନ କରିଥିଲେ। ସୁଶ୍ରୀ ତ୍ରିପାଠୀ ସ୍ଵୀୟ ଅଭିଭାଷଣରେ ସ୍ୱାଧୀନତା ସ୍ବେଚ୍ଛାଚାରିତା ନୁହେଁ ଓ ଏହି କଷ୍ଟଲବ୍ଧ ସ୍ୱାଧୀନତା ପାଇଁ ଯେଉଁ ସେନା ବାହିନୀ ସଦା ସଜାଗ ହୋଇ ଜାଗ୍ରତ ପ୍ରହରୀ ସାଜିଛନ୍ତି ,ଯେଉଁ କୃଷକ ବନ୍ଧୁମାନେ ଆମକୁ ଖାଦ୍ୟ ଯୋଗାଇ ବଞ୍ଚାଇ ରଖିଛନ୍ତି ,ଯେଉଁ ମାନେ ଶିକ୍ଷା କ୍ଷେତ୍ରରେ ପ୍ରମୁଖ ଭୂମିକା ନିର୍ବାହ କରି ମଣିଷ ତିଆରି କାରଖାନାରେ ମଣିଷ ତିଆରି କରୁଛନ୍ତି ଦେଶ ଗଠନରେ ପ୍ରତ୍ୟେକ କ୍ଷେତ୍ରରେ ଯେଉଁ ମାନେ ପ୍ରମୁଖ ଭୁମିକା ନିର୍ବାହ କରୁଛନ୍ତି ସମସ୍ତଙ୍କୁ ପ୍ରଣାମ ଜଣାଇ ଏହି କଷ୍ଟଲବ୍ଧ ସ୍ୱାଧୀନତାକୁ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତେ ଚେଷ୍ଟିତ ହେବାକୁ ଓ ଆଜାଦୀର ଅମୃତ ମହୋତ୍ସବ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବାକୁ ଦୃଢ଼ ଆହ୍ବାନ ଜଣାଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଚଳିତ ବର୍ଷ ପାଇଁ ବରିଷ୍ଠ ବିଭାଗରେ ଦୁର୍ଗା ପ୍ରସାଦ ମିଶ୍ର ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ସର୍ବୋତ୍ ତ୍କୃଷ୍ଟ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ହାସଲ କରିଥିବାରୁ ଓ କନିଷ୍ଠ ବିଭାଗରେ ବର୍ଷା ପ୍ରିୟଦର୍ଶିନୀ ପ୍ରଧାନ ସପ୍ତମ ଶ୍ରେଣୀରେ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରି ଥିବାରୁ ଉଭୟଙ୍କୁ ହୃଷିକେଶ – ମୋତି ସ୍ମାରକୀ ପୁରସ୍କାରର ପାଞ୍ଚ ଶହ ଟଙ୍କା ଲେଖାଏଁ ଅର୍ଥରାଶି ଓ ପ୍ରଶଂସା ପତ୍ର ତାଙ୍କ ପରିବାବର୍ଗଙ୍କ ପକ୍ଷରୁ ପ୍ରତିନିଧି ଭାବରେ ପ୍ରଫୁଲ୍ଲ କୁମାର ସାହୁ,ସଭାପତିଙ୍କ ଉପସ୍ଥିତିରେ ପ୍ରଦାନ କରିଥିଲେ।

   ବିଦ୍ୟାଳୟ ସ୍ତରୀୟ ଏହି ପ୍ୟାରେଡ୍ ରେ ସମର ଶିକ୍ଷାର୍ଥୀ ସ୍ଥଳବାହିନୀ ବାଳକ ପ୍ରଥମ ସ୍ଥାନ,ସ୍ଥଳବାହିନୀ ବାଳିକା ବିଭାଗ ଦ୍ୱିତୀୟ ସ୍ଥାନ,ଆକାଶ ବାହିନୀ ବାଳକ ବିଭାଗ ଓ ନୌ – ବାହିନୀ ବାଳିକା ଓ ବାଳକ ବିଭାଗ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ସେହିପରି ବ୍ୟାଣ୍ଡବାଦନକାରୀ ଦଳ ପ୍ରଥମ ,ସିଭିଲିଆନ୍ ଦଳ ଭାବରେ ରେଡ୍ ଓ ଗ୍ରୀନ୍ ହାଉସ୍ ବାଳିକା ଓ ବାଳକ ଦଳ ଦ୍ୱିତୀୟ , ବ୍ଲୁ ଓ ୟେଲୋ ହାଉସ୍ ବାଳିକା ଓ ବାଳକ ବିଭାଗ ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ।ଏହିପରି ଦଶ ଗୋଟି ଦଳ ଏହି ବିଦ୍ୟାଳୟସ୍ତରୀୟ ବର୍ଣ୍ଣାଢ଼୍ୟ ପ୍ୟାରେଡ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣକରି ଉଚ୍ଚ ପ୍ରଶଂସିତ ହୋଇ ମୁଖ୍ୟ ଅତିଥିଙ୍କ ଠାରୁ ରାଜ୍ୟ ଓ ଜାତୀୟ ପୁରସ୍କାର ପ୍ରାପ୍ତ ପଣ୍ଡିତ ଡ଼ା.ରୁଦ୍ରନାରାୟଣ ମିଶ୍ର ସ୍ମୃତି ପୁରସ୍କାର ଗୁଡ଼ିକର ମେମେଣ୍ଟୋ ଗ୍ରହଣ କରିଥଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସାରଙ୍ଗଧର ସାହୁ, ଉପସଭାପତି ସୁପ୍ରଭା ସ୍ୱାଇଁ, ସଦସ୍ୟା ଝରଣା ପାତ୍ର, ମୀନା ନାଏକ,ସୀମା ରାଣୀ ସାହୁ, ପ୍ରଭାସିନୀ ସାହୁ,ବିଜୟଲକ୍ଷ୍ମୀ ଜେନା, ଲକ୍ଷ୍ମୀକାନ୍ତ ଜେନା,ଦିଲାବର ହୁସେନ,ବିରଞ୍ଚି ନାଏକ, ବରିଷ୍ଠ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡ଼ା.ଦେବୀ ପ୍ରସାଦ ମିଶ୍ର,ସମର ଶିକ୍ଷାର୍ଥୀ ନୌବାହିନୀ ପ୍ରାକ୍ତନ ଚିଫ ଅଫିସର ଧ୍ୟାନଚାନ୍ଦ ମିଶ୍ର,ବରିଷ୍ଠ ହିନ୍ଦୀ ଶିକ୍ଷକ ତଥା ପ୍ରାକ୍ତନ ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ଅଫିସର୍ ଆଜିର ବିଚାରକ କିଶୋର ଚନ୍ଦ୍ର ସାମଲ,ତ୍ସୁନିତାବାଳା ଷଡ଼ଙ୍ଗୀ, ସ୍ୱାଗତିକା ରଥ,ସୁଜାତା ପଣ୍ଡା,ସମର ଶିକ୍ଷାର୍ଥୀ ସ୍ଥଳ ବାଳିକା ବାହିନୀ ଥାର୍ଡ ଅଫିସର ଅନୁପମା ପଣ୍ଡା,ଗାଇଡ଼ ଶିକ୍ଷୟିତ୍ରୀ କ୍ଷୀରାବଧିତନୟା ମହାପାତ୍ର,ସୁଚିତ୍ରା ସାହୁ,ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ର,ସଂସ୍କୃତ ଶିକ୍ଷକ ତଥା ସମର ଶିକ୍ଷାର୍ଥୀ ସ୍ଥଳ ବାହିନୀ ବାଳକ ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ ଦିପ୍ତିଶ କୁମାର ଶତପଥୀ,ସମର ଶିକ୍ଷାର୍ଥୀ ନୌ ବାହିନୀ ବାଳକ ଓ ବାଳିକା ବିଭାଗ ଦାୟିତ୍ୱରେ ଥିବା କେୟାର ଟେକର ଅଫିସର୍ କିରଣମୟୀ ମହାଳିକ,ସିଭିଲିଆନ ବାଳକ ଓ ବ୍ୟାଣ୍ଡ ଦଳ ଦାୟିତ୍ୱରେ ଥିବା କ୍ରୀଡ଼ା ଶିକ୍ଷୟିତ୍ରୀ ସ୍ମିତିସୁଧା ଜେନା,କଲ୍ୟାଣୀ ବଡ଼ଜେନା,ଡେପୁଟେସନରେ କାର୍ଯ୍ୟରତା ଶିକ୍ଷୟିତ୍ରୀ ସୁନିତା ନାଥ,ସ୍ମିତା ପଟ୍ଟନାୟକ,ଅନିତା ସାହୁ, ଭୋକେସନାଲ ଟ୍ରେନର ଶୁଭଶ୍ରୀ ଦେବସ୍ମିତା ରାଉତ ଓ ସୁଜିତ କୁମାର ବାରା,ଏକମାତ୍ର କାର୍ଯ୍ୟାଳୟ ସହକାରୀ ସୁଦର୍ଶନ ସାହୁ,ବାସୁଦେବ ରଣା,ମମତା ବେହେରା,ରୁଦ୍ରାକ୍ଷ ଗଡନାୟକ, ସନ୍ତୋଷ ଜେନା,ନରହରି ଗୋଛାୟତ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ କୋଭିଡ-୧୯ ନିୟମାବଳୀ ଅନୁପାଳନ କରି ଯୋଗଦାନ କରି ସ୍ୱାଧୀନତା ଦିବସ ପାଳନ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ।ପରେପରେ ବିଦ୍ୟାଳୟର ସାଂସ୍କୃତିକ ବିଭାଗ ଦାୟିତ୍ୱରେ ଥିବା ବରିଷ୍ଠ ସଂସ୍କୃତ ଶିକ୍ଷୟିତ୍ରୀ ଡ଼ଃ ଅନୁପମା ମିଶ୍ରଙ୍କ ନେତୃତ୍ବରେ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମିଳିତ ମାର୍ଗଦର୍ଶନରେ କୋଭିଡ୍ ନିୟମ ସବୁକୁ ଅନୁପାଳନ କରି ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଚଳିତ ବର୍ଷ ପ୍ରଥମ ଥର ପାଇଁ ସମଗ୍ର ଶିକ୍ଷା ଓ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରେ ଓ ମୁଖ୍ୟମନ୍ତ୍ରୀ ଛାତ୍ର ଛାତ୍ରୀ ପରିଧାନ ଯୋଜନାରେ ନୂତନ ଓଡ଼ିଶା ସରକାରଙ୍କ ଦ୍ଵାରା ସ୍ଥିରୀକୃତ ବିଭିନ୍ନ ଶ୍ରେଣୀ ଗୁଡ଼ିକ ପାଇଁ ସବୁଜ ,ନୀଳ, ନାଲି ଓ ହଳଦିଆ ଆଦି ବିଭିନ୍ନ ରଙ୍ଗରେ ରଙ୍ଗୀନ ପୋଷାକରେ ସଜ୍ଜିତ ଛାତ୍ରୀ ଛାତ୍ର ମାନେ ମଧ୍ୟ ବାଳିକା ଓ ବାଳକ ସିଭିଲିଆନ ଦଳ ଭାବରେ ବର୍ଣ୍ଣାଢ଼୍ୟ ଚିତ୍ତାକର୍ଷକ ପ୍ୟାରେଡ୍ ପ୍ରଦର୍ଶନ ମଧ୍ୟ ସମସ୍ତଙ୍କ ଦ୍ଵାରା ବେଶ୍ ଉପଭୋଗ୍ୟ ହୋଇପାରିଥିଲା।

ପରିଶେଷରେ ଆଜାଦୀର ଅମୃତ ମହୋତ୍ସବ ଓ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ପାଳନ ଅବସରରେ ସମର ଶିକ୍ଷାର୍ଥୀ ଆକାଶ ବାହିନୀ ଚିଫ ଅଫିସର ଡା.ଦେବୀ ପ୍ରସାଦ ମିଶ୍ର ସ୍ୱାଧୀନତା ଦିବସ ଉତ୍ସବ ପରିଚାଳନା କରିବା ସଙ୍ଗେ ସଙ୍ଗେ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କ ରିପୋର୍ଟ୍

Related posts

କୁମାର ମ୍ୟୁଜିକ ପକ୍ଷରୁ ମହମ୍ମଦ ରଫି ମେଲୋଡି ଅନୁଷ୍ଠିତ

Sunil Chandra Nayak

ମଧୁସୂଦନ ପାଠାଗାର ରେ ମଧୁସୂଦନ ଦାସ ଙ୍କ ଜୟନ୍ତୀ ପାଳିତ 

masiha

ରାଇରଙ୍ଗପୁର ଶିରିଡ଼ି ସାଇ ମନ୍ଦିର କମିଟି ତରଫରୁ କାଉଡିଆଙ୍କୁ ଅନ୍ନପ୍ରସାଦ ସେବା

Sunil Chandra Nayak

Leave a Comment

error: Content is protected !!