ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଷମ କଟକ ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବିଷମ କଟକ ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ବିଷମକଟକ / ରାୟଗଡ : ୨୦/୦୮/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ବିଷମକଟକ ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ହରିଶା ବିସି, ବନଖଣ୍ଡ ଅଧିକାରୀ, ସଚିନ ଆହ୍ନା ସାହେବ ଓହଲେ, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ଵିଷମ କଟକ ବ୍ଲକ ଅଧ୍ୟକ୍ଷା ଯଶଦା ହୁଇକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୬୯ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୦ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ଜମାଜମା ରେଜିଷ୍ଟ୍ରାସନ, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ କରିଥିଲେ । ବ୍ଲକ ଜୀବିକା ମିଶନ ଜରିଆରେ ଧାନଚାଷ ପାଇଁ ଡୁକୁମ ଗପଞ୍ଚାୟତର ମ ଠାକୁରାଣୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଏକ ଲକ୍ଷ, ଦୁର୍ଗୀ ପଞ୍ଚାୟତର ଲକ୍ଷ୍ମୀ ନାରାୟଣ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପନି ପରିବା, ଫଳ ଚାଷ ନିମନ୍ତେ ଏକଲକ୍ଷ ଟଙ୍କା, ଏବଂ ଦୁର୍ଗୀ ପଞ୍ଚାୟତର ଜଗତ ଜନନୀ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଗ୍ରସରି ଦୋକାନ ନିମନ୍ତେ ଏକଲକ୍ଷ ଟଙ୍କା ହିସାବରେ ତିନୋଟି ଗୋଷ୍ଠୀଙ୍କ ତିନି ଲକ୍ଷ ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଥିଲେ । ମୋଟ ସାତଜଣଙ୍କୁ ମଧୁବାବୁ ପେନସନ ଜିଲ୍ଲାପାଳ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ, ପ୍ରକଳ୍ପ ନିର୍ଦେଶକ ଜାଳବିଭାଜିକା ମିଶନ ଡ଼ଃ ଦୟାନିଧି ବାଘ, ଉଦ୍ୟାନ କୃଷି ଉପ ନିର୍ଦ୍ଧେଶକ ଦୟାନିଧି ରାଉତ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ,ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ତତ୍ତମୋସୀ ମହାପାତ୍ର, ଜିଲ୍ଲା ପଂଚାୟତ ଅଧିକାରୀ ସୂର୍ଯ୍ୟନାରାୟଣ ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଭୂଷଣ ବିଶ୍ୱାଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପ୍ରତମା ପ୍ରଧାନ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁଶ୍ରୀ ବିଚିତ୍ରା ସେଠୀ, ଅବକାରୀ ଅଧିକ୍ଷକ ଶ୍ରୀ ସୁଶାନ୍ତ ଧଳ ସାମନ୍ତ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ମୁଖ୍ୟ କୃଷି ଅଧିକାରୀ ସୁମନ ସିଂ ପଟ୍ଟନାୟକ ବିଷମକଟକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ତହସିଲଦାର ଭେଙ୍କେଟେଶ୍ୱର ରେଡ୍ଡୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ,ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଉପଖଣ୍ଡ ପ୍ରଗ୍ରାମ ଅଧିକାରୀ ବି କୋମଲାଙ୍ଗୀ, ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସାନଜୟଧନି ଆଦର୍ଶ ବିଦ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ବାଦାମ ପାହାଡ଼ ବନାଞ୍ଚଳ ତରଫରୁ ୭୪ ତମ ବନୋତ୍ସଵ ପାଳିତ

ଭବାନୀପାଟଣା ଠାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ଅଂଶୁଘାତ ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

masiha

Waltair Division Observes “Rashtriya Ekta Diwas” to Mark Sardar Vallabhbhai Patel’s Birth Anniversary

Sunil Chandra Nayak

Leave a Comment

error: Content is protected !!