ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନୂଆପଡାରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳନ

ନୂଆପଡା : ସ୍ଥାନୀୟ ନ୍ୟାସନାଲ ଉଚ୍ଚ ବିଦ୍ୟାଳୟ ସ୍ୱଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଭାରତ ରତ୍ନ ଡ. ଆମ୍ବେଦକର ଜୟନ୍ତୀ ଜିଲ୍ଲା ସୂଚନା ଲୋକ ସମ୍ପର୍କ ବିଭାଗ ଦ୍ଵାରା ପାଳିତ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଅଗସ୍ତି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାଧାରଣ ସଭାରେ ଉପଜିଲ୍ଲାପାଳ ତାରିଣୀ ସେନ ନାୟକ ରଜକ ସମାଜ ସଭାପତି ଶ୍ରୀ ଲୋକନାଥ ସେଠୀ ନ୍ୟାସନାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରମୋଦ କୁମାର ପଣ୍ଡା ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମସଗାର ମହାନନ୍ଦ ମୁଖ୍ୟ ବକ୍ତା ଭାବେ ଯୋଗଦେଇଥିଲେ।ସଭା ପ୍ରାରମ୍ଭରେ ଅତିଥି ମାନେ ଡ. ଆମ୍ବେଦକରଙ୍କ ଫଟୋ ଚିତ୍ରରେ ଦୀପ-ପ୍ରଜ୍ଵଳନ କରି ମାଲ୍ୟାର୍ପଣ କରିଥିଲେ। ଏଥିସହ ନ୍ୟାସନାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ଗାନ କରଯାଇଥିଲା। ପରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅଜୟ କୁମର ପଟ୍ଟନାୟକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ ହେମସଗାର ମହାନନ୍ଦ ଆମ୍ବେଦକରଙ୍କ ଜୀବନୀ ବିଭିନ୍ନ ଦିଗ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ। ଏହି ଅବସରରେ ଆୟୋଜିତ ଓଡ଼ିଆ ବକୃତା ପ୍ରତିଯୋଗିତାର କୃତି ପ୍ରତିଯୋଗିତା ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ । ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବାଲେଶ୍ବର – ପ୍ରତିଭା ପୂଜନ ଅନୁଷ୍ଠାନର ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

Sunil Chandra Nayak

ରାଇରଙ୍ଗପୁରରେ ବାମନଘାଟୀ ପ୍ରେସ କ୍ଲବ ଗଠିତ

Sunil Chandra Nayak

ଡ୍ରାଇଭର ମହାସଂଘ ତରଫରୁ ଡାବୁଗାଁ ତହସିଲଦାର ଙ୍କୁ ଦାବିପତ୍ର

Sunil Chandra Nayak

Leave a Comment

error: Content is protected !!