ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା, ତା ୦୨/୦୯/୨୦୨୪ : କେନ୍ଦ୍ରାପଡ଼ା ସଦର ମହକୁମାରେ ଆଜି ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ ଘଟିକା ଠାରୁ ଅପରାହ୍ଣ ଘ ୧.୩୦ ମିନିଟ୍ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଉପଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପଜିଲ୍ଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡ଼ା ତହସିଲଦାର ତାପସ ଦେହୁରୀ ଓ ବିଡିଓ ବନ୍ଦନା ଖଟୁଆ, ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରିଣୀ ଶ୍ରୀମତୀ ଅନୀତା ପଟ୍ଟନାୟକ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ପ୍ରମୂଖ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ । 

ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୨୨୮ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୪୧ ଗୋଟି ସାମୁହିକ ଏବଂ ୧୮୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ଏକ ଲକ୍ଷ ପଚାଶ ହଜାର ଟଙ୍କା ୧୫ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବା ବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ୬ ଜଣ ଆବେଦନକାରୀଙ୍କୁ ଚିକିତ୍ସା ସହାୟତା ଓ ଥଇଥାନ ବାବଦରେ ମୋଟ୍ ୨୮ ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ, ପାରିବାରିକ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭୂମିହିନ ପଟ୍ଟା, ଚିକିତ୍ସା ପାଇଁ ଆର୍ଥିକ ସହାୟତା, ରାସନ୍‌କାର୍ଡ଼ ପ୍ରଦାନ, ବାର୍ଦ୍ଧକ୍ୟ ଭତା, ଭିନ୍ନକ୍ଷମଙ୍କୁ ହୁଇଲ ଚେୟାର ପ୍ରଦାନ ଆବେଦନ ଆଦି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । 

ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଗ୍ରାମ୍ୟ ସମସ୍ୟା, ଓଏଲଆର ସିଲିଂ ପଟ୍ଟା, ନୂତନ ରାଜସ୍ଵ ଗ୍ରାମ ଘୋଷଣା, ଜଳ ନିଷ୍କାସନ, ଗ୍ରାମ୍ୟ ରାସ୍ତା ମରାମତି ଓ ନିର୍ମାଣ, ସରକାରୀ ରାସ୍ତା ଅବରୋଧ ହଟାଇବା, ସର୍ବସାଧାରଣ ସମ୍ପତିର ସୁରକ୍ଷା, ସରକାରୀ ଜମିର ସୁରକ୍ଷା ଓ ବେଆଇନ ଅବରୋଧ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅଭିଯୋଗଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!

Related posts

ସରସ୍ୱତୀ ଶିଶୁ ବିଦ୍ଯା ମନ୍ଦିର ପରିସରରେ ଉତ୍କଳ ଦିବସ ପାଳିତ

masiha

ଛାତ୍ରଛାତ୍ରୀ ହନ୍ତସନ୍ତ ତଥାପି ଆଡ଼ ଆଖିରେ ଚାହୁନି ପ୍ରଶାସନ ?   

Sunil Chandra Nayak

ବିଶ୍ୱନାଥପୁର-ମୂଷାନାଳ ରାସ୍ତା ବିଭାଗ କଲାନି : ଲୋକ କଲେ ମରାମତି

Sunil Chandra Nayak

Leave a Comment

error: Content is protected !!