ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲିଗୁଡାରେ ଗୁରୁ ଦିବସ ପାଳିତ 

ବାଲିଗୁଡାରେ ଗୁରୁ ଦିବସ ପାଳିତ 

କନ୍ଧମାଳ,୦୫/୦୯:(ମନିସ): ପ୍ରଖ୍ୟାତ ଦାର୍ଶନିକ, ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି ପରିପ୍ରେକ୍ଷୀରେ ବାଲିଗୁଡା ବ୍ଲକର ମିଡ଼ିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା, ସହକାରୀ ଶିକ୍ଷୟିତ୍ରୀ କିମନ୍ତି ମଳିକ ଓ ସରୋଜିନୀ ମଳିକ ଏବଂ ସେହିପରି ନାଡ଼ାପାଟାଙ୍ଗା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଜନୀ କାନ୍ତ ଦାସ, ମମତା ଦଳବେହେରା, ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଓ ବଦନା ମଲ୍ଲିକ ଙ୍କ ସମେତ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟାର୍ପଣ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l ପ୍ରଥମେ ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସ୍ୱାଗତ ସଂଗୀତ ଗାନ କରିଥିଲେ l ଛାତ୍ର ଛାତ୍ରୀ ମାନେ ପୌରାଣିକ ଯୁଗଠାରୁ ଆରମ୍ଭ କରି ବର୍ତ୍ତମାନ ଯୁଗର ଗୁରୁ ଏବଂ ମହାନ ଗୁରୁଙ୍କ ଉପରେ ବହୁତ କିଛି ହୃଦୟ ସ୍ପର୍ଶୀ ଭାଷଣ ପ୍ରଦାନ କରିଥିଲେ | ପରେ ପରେ ଶିକ୍ଷକ ଶିକ୍ଷୟତ୍ରୀ ମାନେ ମଧ୍ୟ ଛାତ୍ର ଛାତ୍ରୀ ଙ୍କ ଉଦେଶ୍ୟରେ ବହୁ ଉପଦେଶାତ୍ମକ ଭାଷଣ ପ୍ରଦାନ କରି ଭବିଷ୍ୟତ ଓ ଉତ୍ତୋରତ୍ତର କାମନା କରିଥିଲେ | ଶେଷରେ ପିଲାମାନଙ୍କ ଦ୍ୱାରା ଗୁରୂ ଉପଦେଶାତ୍ମକ ନୃତ୍ୟ, ସଙ୍ଗୀତ ମଧ୍ୟ ପରିବେଷିତ ହୋଇଥିଲା | ଏହି ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ମାତୃଭାଷା ହିଁ ଜାତିର ଉଷା

Sunil Chandra Nayak

ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

masiha

କଂଗ୍ରେସ ନେତା ତଥା ଓକିଲ ବିଭୂତି ଭୂଷଣ ମହାଖୁଡଙ୍କ ଶୋକସଭା

masiha

Leave a Comment

error: Content is protected !!