ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ  ଲୋକ ଅଦାଲତ

ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ  ଲୋକ ଅଦାଲତ

ଲୋକଅଦାଲତ ରେ ୧୨,୯୦୩ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା ଆଦାୟ ହୋଇଅଛି

ରାୟଗଡ:-ତା. ୧୪/୦୯-ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୩୪୮ ଟି ମାମଲାର ଫଇସଲା ହୋଇ, ସମୁଦାୟ ଟ. ୫୫,୧୭,୦୯୪ (ପଞ୍ଛାବନ ଲକ୍ଷ ସତର ହଜାର ଚଉରାନବେ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ସେହିପରି ରାଜସ୍ୱ ସମ୍ବନ୍ଧିତ ୧୨,୫୩୦ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୩,୧୯,୦୧୫ (ତିନି ଲକ୍ଷ ଉଣେଇସ ହଜାର ପନ୍ଦର) ଟଙ୍କା, ଲେବର ସମ୍ବନ୍ଧିତ ୦୯ ଟି ମାମଲା ଫଇସଲା ହୋଇ ସମୁଦାୟ ଟ. ୪୪,୧୨,୪୮୭ (ଚଉରାଲିସ ଲକ୍ଷ ବାର ହଜାର ଚାରି ଶହ ସତାଅସୀ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୧୬ ଟି ମାମଲାର ଫଇସଲା ହୋଇ ସମୁଦାୟ ଟ.୨,୩୨,୧୦୯ (ଦୁଇ ଲକ୍ଷ ବତିସ ହଜାର ଶହେ ନଅ) ଟଙ୍କା ର ସେଟେଲମେଣ୍ଟ କରାଯାଇଅଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ସଞ୍ଜିତ କୁମାର ବେହେରା, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ଅଳ୍ପନା ସ୍ୱାଇଁ, ମୂଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶିନି, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ସୋମ୍ୟରୂପ ସାହୁ, ସବ୍ ଜଜ୍ ଶ୍ରୀ ଆଶିସ ପଟ୍ଟନାଏକ, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ନ୍ୟାୟଧିକାରୀ ଜ୍ୟୋତିରମୟୀ ଷଡଙ୍ଗୀ, ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ପଦ୍ମନାଭ ଦାସ ସହିତ ଅନ୍ୟ ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଏହି ଲୋକ ଅଦାଲତ ଟିକୁ ସଫଳ କରିଥିବାରୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ଜିଲ୍ଳାର ଜନସାଧାରଣ ତଥା ଆଇନଜୀବି ଓ ସରକାରୀ ଅଧିକାରୀ, ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି l

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରଜ ମହୋତ୍ସବ କମିଟି ତରଫରୁ ସାମ୍ବାଦିକ ସମ୍ମିଳନୀ

masiha

ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ତାଲିମ

Sunil Chandra Nayak

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ଆୟୋଜିତ ଶ୍ରୀଜଗନ୍ନାଥାୟନ 

Sunil Chandra Nayak

Leave a Comment

error: Content is protected !!