ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ନବରଙ୍ଗପୁର ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ 

ନବରଙ୍ଗପୁର:( ୧୪/୦୯/୨୦୨୪)( ରବି ନାରାୟଣ ମହାନ୍ତି) ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହୋଇଯାଇଛି। ଜିଲ୍ଲା ଦୌରାଜର୍ଜ ସୁବ୍ରତ ମହାନ୍ତି ୨ ଗୋଟି ମୋଟର ଦୁର୍ଘଟଣା ଜନିତ (ଏମ ଏ ସି ଟି) କ୍ଷତିପୂରଣ ଦାବି ଓ ଏକ୍ସିକ୍ୟୁସନ କେସ ବାବଦକୁ ୧୩ ଗୋଟି କେସ ଫଇସଲା କରି ଟ.୪୬,୧୯,୮୩୬/- କ୍ଷତିପୁରଣ ଆଦାୟ କରିଛନ୍ତି। ପରିବାର ବିଚାରବିଭାଗୀୟ ଜର୍ଜ ଶ୍ରୀମତୀ ଲିଲିପ୍ତା ପସାୟତ ୧୩ ଗୋଟି ପାରିବାରିକ ବିବାଦ କେସ ସମାଧାନ କରିଛନ୍ତି ସେଥିମଧ୍ୟରୁ ୩ ଟି କେସରେ ଦୀର୍ଘ 3 ବର୍ଷର ବିବାଦର ଅନ୍ତ ଘଟାଇ ଦମ୍ପତିଙ୍କ ମଧ୍ୟରେ ଆପୋଷ ମିଳାମିଶା କରାଇଛନ୍ତି । ବରିଷ୍ଠ ଦେବାନୀ ଜର୍ଜ ଶ୍ରୀମତୀ ମୋନିତା ତ୍ରିପାଠୀ ୧୧ ଟି ବ୍ୟ।ଙ୍କ ଋଣ ଆଦାୟ ସମ୍ବନ୍ଧୀୟ ବିବାଦ ର ଫଇସଲା କରି ଟ.୪୯,୩୦,୧୬୫.୭୭ ଟଙ୍କା ରୁଣ ଆଦାୟ କରିଛନ୍ତି । ସେହିଭଳି ଉପଖଣ୍ଡ ବିଚାର ବିଭାଗୀୟ ଦଣ୍ଡାଧିକାରୀ, ନବରଙ୍ଗପୁର ପ୍ରଜ୍ଞା ପଣ୍ଡା ୧୩୮ ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି । ସେହିଭଳି ଜେଏମଏଫସି ଶ୍ରୀ ରାଜେଶ କୁମାର ମିଶ୍ର ୦୨ ଟି ଫୌଜଦାରୀ ମକଦ୍ଦମା ର ଫଇସଲା କରିଛନ୍ତି। ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ସର୍ବମୋଟ ୪୩୨ ଗୋଟି କୋର୍ଟ କେସ ଓ ୬୦୩୨୩ ଗୋଟି ରାଜସ୍ୱ କେସର ଫଇସଲା କରାଯାଇ ଟ.୫,୭୭,୬୧୫/- ରାଜସ୍ୱ ଆଦାୟ କରାଯାଇଛି। ସେହିପରି ବ୍ୟାଙ୍କର ୧୪ ଟି ପ୍ରାକ ମକଦ୍ଦମା ମଧ୍ୟ ଫଇସଲା କରାଯାଇ ଟ.୭,୨୩,୨୦୦/- ରୁଣ ଆଦାୟ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ରେ ଅନ୍ୟାନ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଜର୍ଜ ବିଷ୍ଣୁ ପ୍ରସାଦ ମିଶ୍ର, ଅତିରିକ୍ତ ଜିଲ୍ଲା ଜର୍ଜ (ପୋକସୋ) ବସୁଦେବ ଆଚାର୍ଯ୍ୟ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ସୀମା ତ୍ରିପାଠୀ ଓ ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା ଯୋଗ ଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭିସ୍ପା ଗୋଛାୟତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ପରିଚାଳନା କରିଥିବା ବେଳେ କୋର୍ଟର ଆଇନଜୀବୀ ଓ କର୍ମଚାରୀ ସହଯୋଗ କରିଥିଲେ।

ମସିହା ନିୟୁଜ୍ ସର୍ଭିସ୍ 

Related posts

ବିନା ଶିକ୍ଷକ ନିଯୁକ୍ତିରେ ସ୍କୁଲ ଅପଗ୍ରେଡେସନ୍

masiha

କନ୍ଦାବୁଟୁରା ଗ୍ରାମ ପଞ୍ଚାୟତରେ ଯୁଗ୍ମ ଜନ ଶୁଣାଣି ଶିବିର 

Sunil Chandra Nayak

ଆମପାଣି ଠାରେ ବ୍ଲକ ସ୍ତରୀୟ ବ୍ରାହ୍ମଣ ସମାଜର ସାଙ୍ଗଠନିକ ସମାବେଶ ଅନୁଷ୍ଠିତ

Leave a Comment

error: Content is protected !!