ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ସ୍ବଚ୍ଛତା ଶପଥ କାର୍ଯ୍ୟକ୍ରମ

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ସ୍ବଚ୍ଛତା ଶପଥ କାର୍ଯ୍ୟକ୍ରମ

ରାଉରକେଲା: ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିବା ଜାତୀୟ ସେବା ଯୋଜନା ବା ଏନ୍‌ଏସ୍‌ଏସ୍‌ର ପ୍ରତିଷ୍ଠା ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୪ ତାରିଖ ଦିନ ସାରା ଦେଶରେ ପାଳିତ ହୋଇଥାଏ । ଏହି ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ । ଏହା ସହିତ ଛାତ୍ର ଜୀବନରେ ଶୃଙ୍ଖଳା ଓ ରାଷ୍ଟ୍ରନିର୍ମାଣର ଭୂମିକା ସଂପର୍କରେ ଏହି ଅବସରରେ ଆଲୋଚନା କରାଯାଇଥାଏ । ଏହି କ୍ରମରେ ଚଳିତ ବର୍ଷ ଦିବସ ପାଳନର ପ୍ରସଙ୍ଗ ‘ସ୍ବଭାବ ସ୍ବଚ୍ଛତା ସଂସ୍କାର ସ୍ବଚ୍ଛତା’ କୁ ନେଇ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ, ରାଉରକେଲା ପକ୍ଷରୁ ସ୍ବଚ୍ଛତା ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ର ସଂଯୋଜକ ଅଧ୍ୟାପକ ସମୀର ସୌରଭ ପୃଷ୍ଟି ଏବଂ ସଂଯୋଜିକା ଅଧ୍ୟାପିକା ରାମେଶ୍ବରୀ ଭୋଇ ଏନ୍‌ଏସ୍‌ଏସ୍‌ର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ଏହି ଅବସରରେ ମହାବିଦ୍ୟାଳୟର ବିଭିନ୍ନ ବିଭାଗର ଅଧ୍ୟାପକ ଓ ଅଧ୍ୟାପିକାଙ୍କ ସମେତ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀମାନେ ଏକତ୍ରିତ ହୋଇ ସ୍ବଚ୍ଛତା ଶପଥ ନେଇଥିଲେ । ଏହି ଶପଥ ମାଧ୍ୟମରେ ନିଜ ନିଜର ବାସସ୍ଥାନ ସମେତ ଅଧ୍ୟୟନ କରୁଥିବା ଅନୁଷ୍ଠାନ ପରିସରକୁ ସ୍ବଚ୍ଛ ରଖିବା ନିମନ୍ତେ ଉପସ୍ଥିତ ସମସ୍ତ ବ୍ୟକ୍ତି ପ୍ରତିଶ୍ରୁତି ଦେଇଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ବୌଦ୍ଧ ବ୍ଲକ ଶିକ୍ଷକ ଆନ୍ଦୋଳନ ସପ୍ତମ ଦିନରେ

masiha

ନର୍ଲା କିନ୍ନର ମହାସଙ୍ଘ ତରଫରୁ ମା ମଞ୍ଜୁ ଦୁର୍ଗା ପରିବାରକୁ ଅର୍ଥ ସହଯୋଗ

Sunil Chandra Nayak

ଗୋଛାପଡା ବାକେପଙ୍ଗା ଠାରେ କନ୍ଧମାଳ ଜିଲ୍ଲା ଡୁମାଳ କୁଳ ସମାଜର ବାର୍ଷିକ ସମ୍ମଳନୀ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!