ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ 

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ 

ଡାବୁଗାଁ, ୨୫/୯ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ବୋରିପଦର ଆଶ୍ରମ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେଉଛି “ଓଡିଶାର ଲୋକକଳା” |ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ ବୋରିପଦର ଆଶ୍ରମ ବିଦ୍ୟାଳୟ (୧ମ), ସରକାରୀ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ (୨ୟ) ଓ ସରକାରୀ ଏକ୍ସ-ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (୩ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ | ଏଥିରେ ବିଦ୍ୟାଳୟ ପ୍ରଧାନଶିକ୍ଷୟତ୍ରୀ ବିଜୟନୀ ବରାଳ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ସମ୍ମାନୀତ ଅତିଥି ଭାବେ ଡାବୁଗାଁ ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ମୁଖ୍ୟ ବକ୍ତା ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଗିରିଶବାଳା ଜେନା, ପୁଷ୍ପାଞ୍ଜଳି ମଣି, ଅନିତା ବେହେରା, ଶୁଭସ୍ମିତା ପାଢୀ, ଗୀତାଞ୍ଜଳି ନିହାଲ, ଶିକ୍ଷକ ଲକ୍ଷ୍ମୀକାନ୍ତ ପାଢିଆ, ରତିକାନ୍ତ ନାୟକ, ଯୁଧିଷ୍ଠିର ମାଝି, ହିରଣ୍ୟ ମାଝି, ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଏଥିରେ ୧୪ ଟି ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଉକ୍ତ କାର୍ଯ୍ୟକ୍ରମକୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନା ପରିଚାଳନା କରିଥିଲେ | ଏହି ଭଳି କୋଇଲାରି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଘୋଡାଖୁଣ୍ଟା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ବଡଓଲମା ଆଶ୍ରମ ବିଦ୍ୟାଳୟ -୧ ଠାରେ ମଧ୍ୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜୟପାଟଣା ବ୍ଲକ୍ ଅଧ୍ୟକ୍ଷ ଙ୍କ ମନୋମୁଖୀ ଶାସନ, ସମିତି ବୈଠକ ବର୍ଜନ କଲେ ସରପଞ୍ଚ ଓ ଜିଲ୍ଲାପରିଷଦ ସଭ୍ଯ

Sunil Chandra Nayak

ରାୟଗଡ଼ା ଜଗନ୍ନାଥ ମନ୍ଦିର ସମ୍ମୁଖରେ ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

masiha

ଇନ୍ଦ୍ରାବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ୩୫ ତମ ବାର୍ଷିକ ଉତ୍ସବ

masiha

Leave a Comment

error: Content is protected !!