ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶୈଳବାଳା ମହିଳା ସ୍ଵୟଂଶାସିତ ମହାବିଦ୍ୟାଳୟରେ ଏନ୍ଏସ୍ଏସ୍ ଦିବସ

ଶୈଳବାଳା ମହିଳା ସ୍ଵୟଂଶାସିତ ମହାବିଦ୍ୟାଳୟରେ ଏନ୍ଏସ୍ଏସ୍ ଦିବସ 

କଟକ : ଶୈଳବାଳା ମହିଳା ସ୍ଵୟଂଶାସିତ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ) ଦିବସ ମଧୁସୂଦନ କକ୍ଷରେ ପାଳିତ ହୋଇଯାଇଛି l ଅଧ୍ୟକ୍ଷା ପ୍ରଫେସର ଡକ୍ଟର ଗାୟତ୍ରୀ ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବିଶିଷ୍ଟ ଶିକ୍ଷାବିତ୍ ପ୍ରାଧ୍ୟାପକ ଡକ୍ଟର କଲିମୁଲ୍ଲା ପ୍ରମୁଖ ଯୋଗଦେଇଥିବା ବେଳେ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର ଯୋଗମାୟା ପଣ୍ଡା ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ । କଲେଜ ଛାତ୍ରୀଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଜାତୀୟ ସେବା ଯୋଜନାର ଆଲୁମିନି ଜୟଶ୍ରୀ ସାହୁ ଓ ପ୍ରାଧ୍ୟାପକ ଅନିରୁଦ୍ଧ ଖିଲାର ଯୋଗଦେଇ ତାଙ୍କର ବାର୍ତ୍ତା ପ୍ରଦାନ କରିଥିଲେ। ଡକ୍ଟର ସସ୍ମିତା ଗାହଣ ଧନ୍ୟବାଦ ଅର୍ପଣ କରିଥିଲେ । ଜାତୀୟ ସେବା ଯୋଜନାର ଶତାଧିକ ସ୍ବେଚ୍ଛାସେବୀ ଯୋଗଦେଇ ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ରାଜ୍ୟ ସରକାରଙ୍କ ଶାସନ ୧ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହାନ ଯାତ୍ରା ର ଶୁଭାରମ୍ଭ, ବଡ଼ବସୁଲ ପଞ୍ଚାୟତ ରେ ସ୍ୱାଗତ ସମ୍ବର୍ଦ୍ଧନା

masiha

ରୋଟାରୀ କ୍ଲବ ଅଫ୍ ରାଉରକେଲା ଷ୍ଟିଲ୍ ସିଟି ଦ୍ଵାରା ପୋଲିଓ ସଚେତନତା କାର୍ଯ୍ୟକ୍ରମ 

masiha

ଭୈରବ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ସ୍ଵଚ୍ଛତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!