ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚଚରାଗୁଡାରେ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ

ଚଚରାଗୁଡାରେ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ 

ଡାବୁଗାଁ, ୨୭/୯ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ର ଚଚରାଗୁଡା ପଞ୍ଚାୟତ ଅଧୀନ କୁସୁମବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର, ମଧ୍ୟାନ୍ନ ଭୋଜନ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେଉଛି “ଓଡିଶାର ଲୋକକଳା” |ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା | ନୃତ୍ୟରେ କୁସୁମବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (୧ମ), ଚଚରାଗୁଡା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ (୨ୟ) ଓ କେଲିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ (୩ୟ) ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ | ଏହାସହ ଚଚରାଗୁଡା ପଞ୍ଚାୟତ ଅଧୀନ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ମାନଙ୍କୁ ଗୁରୁ ସମ୍ମାନ-୨୦୨୪ ରେ ସମ୍ମାନୀତ କରାଯାଇଥିଲା | ଏଥିରେ ବିଦ୍ୟାଳୟ ପ୍ରଧାନଶିକ୍ଷକ ଦୟାନିଧି ବଞ୍ଜରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ସମ୍ମାନୀତ ଅତିଥି ଭାବେ ଜିଲା କଳା ସାଂସ୍କୃତିକ ମଞ୍ଚ ଉପସଭାପତି କାର୍ତ୍ତିକ ଭତ୍ରା, ଚଚରାଗୁଡା ପଞ୍ଚାୟତ ନାଏବ ସରପଞ୍ଚ ଯୁଧିଷ୍ଠିର ତନ୍ତୀ, ବଡଓଲମା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଧନଞ୍ଜୟ ବଡଜେନା, ମୁଖ୍ୟ ବକ୍ତା ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ଚଚରାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଗୁପ୍ତେ ପ୍ରସାଦ ନାଗ ପ୍ରମୁଖ ମଞ୍ଚାସୀନ ଥିଲେ | ଏଥିରେ ଶିକ୍ଷୟତ୍ରୀ ଶିକ୍ଷକ ହରେକୃଷ୍ଣ ବାଡତ୍ୟା, ପାର୍ବତୀ ଦାଉ, ସୁଜାତା ପ୍ରଧାନ, ଘାସି ମାଝି , ଦଶରୁ ଭତ୍ରା, ସୂର୍ଯ୍ୟନାରାୟଣ ମାଝି, ସୁରେଶ ହରିଜନ, ଐରାବତ ଶବର , ସନ୍ତୋଷ ସାହୁ, ବଳରାମ ସେଠୀ, ନିମାଇଁ ପ୍ରଧାନ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ ମାନେ ଉପସ୍ଥିତ ଥିଲେ | ଏଥିରେ ୧୪ ଟି ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଭାଗ ନେଇଥିଲେ | ଶିକ୍ଷକ ନରସିଂ ଭତ୍ରା ମଞ୍ଚ ପରିଚାଳନା କରିଥିଲେ |

ଡାବୁଗାଁ ରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜେକେ କାଗଜ କଳ ପରିସରରେ 78 ତମ ସ୍ଵାଧୀନତା ଦିବସ ପାଳନ 

masiha

ସଚେତନ ନାଗରିକ ମଞ୍ଚର ୧୧ତମ ବାର୍ଷିକୋତ୍ସବ ଓ ଆଲୋଚନା ସଭା

masiha

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ମାରି ଅଟକ ରଖିଲେ ଓ୍ବାର୍ଡ଼ମେମ୍ବର

masiha

Leave a Comment

error: Content is protected !!