ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମସ୍କାଗୁଡାଠାରେ କ୍ଳଷ୍ଟର ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ 

ମସ୍କାଗୁଡାଠାରେ କ୍ଳଷ୍ଟର ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଲାଞ୍ଜିଗଡ, ୨୮/୦୯(ମନିସ)- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଶିକ୍ଷା ବିଭାଗ ତରଫରୁ ମସ୍କାଗୁଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବିନ୍ଦ ଭୋଇ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଥ ବେରୁକ, କମର୍ଦ୍ଧା ହାଇସ୍କୁଲର ପ୍ରଧାନଶିକ୍ଷକ ହିମାଂଶୁ ମହାପାତ୍ର, ଭାଗିରଥି ବେରୁକ, ବିଜୟଲକ୍ଷ୍ମୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଏହା ପରେପରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେହିପରି ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ସୁଢଳଦେବ ମୁଣ୍ଡ, ମୁଖ୍ୟବକ୍ତା ଭାବେ ଅବସର ପ୍ରାପ୍ତ ଶିକ୍ଷକ ଯୋଗେନ୍ଦ୍ର ଜେନା, ସମ୍ମାନିତ ବକ୍ତା ବରିଷ୍ଠ ଶିକ୍ଷକ ତପନ କୁମାର ଭୋଇ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଦ୍ରୋଣ ରଣା, ସମାଜସେବୀ ହରିଶଙ୍କର ପାତ୍ର, ବରିଷ୍ଠ ଶିକ୍ଷକ ନଗେନ୍ଦ୍ର ପଟ୍ଟନାୟକ, ଗୋବର୍ଦ୍ଧନପୁର କ୍ଳଷ୍ଟର ସଂଯୋଜକ କୁମାର ଗୌରବ ପରିଡ଼ା, ଲାଞ୍ଜିଗଡ ରୋଡ଼ କ୍ଳଷ୍ଟର ସଂଯୋଜକ ଶ୍ରବଣ କୁମାର ସରାଫ, ଶିକ୍ଷକ ବଦ୍ରୀ ନାରାୟଣ ନାଗ ପ୍ରମୁଖ ଯୋଗଦେଇଥିଲେ। ମସ୍କାଗୁଡା କ୍ଳଷ୍ଟର ସଂଯୋଜକ ପ୍ରକାଶ ପଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଶିକ୍ଷକ ବିଭୁତି ଭୂଷଣ ତାଣ୍ଡି ଓ ଲଳିତ ମୋହନ ଭୋଇ ପରିଚାଳନା କରିଥିଲେ। ଏହି ଅବସରରେ କ୍ଳଷ୍ଟର ଅନ୍ତର୍ଗତ ୧୬ଟି ସ୍କୁଲର ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବାବେଳେ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସୁଶିଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ନର୍ଲା ର କବୟିତ୍ରୀ କଟକ ଠାରେ ସମ୍ବର୍ଦ୍ଧିତ 

Sunil Chandra Nayak

ନର୍ଲାର ବୁଢିପଦରରେ ସଡ଼କ ଦୁର୍ଘଟଣା: ୨ଜଣ ଗୁରୁତର

masiha

ଶିଶୁ ବାଟିକା ଓ ବିଦ୍ୟାଳୟ ପ୍ରବେଶ ପାଇଁ ନିମନ୍ତ୍ରଣ ପତ୍ର ବଣ୍ଟନ

masiha

Leave a Comment

error: Content is protected !!