ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ପାଳିତ 

ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ପାଳିତ 

ସ୍ଥାନୀୟ ଧର୍ମଗଡ଼ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ପାଳିତ ହୋଇ ଯାଇଛି। ଅଧ୍ୟକ୍ଷା ପ୍ରିୟମ୍ବଦା ଚାନ୍ଦଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲା ଯୁବ ରେଡକ୍ରସ ସଂଯୋଜକ ଅଧ୍ୟାପକ ଶାନ୍ତନୁ କୁମାର ପରିଡ଼ା ମୁଖ୍ୟ ଅତିଥି , ପଞ୍ଚାୟତ ମହାବିଦ୍ୟାଳୟର ବରିଷ୍ଠ ଯୁବ ରେଡକ୍ରସ ପରାମର୍ଶଦାତା ଅଧ୍ୟାପକ ସରୋଜ କୁମାର ପଣ୍ଡା ମୁଖ୍ୟବକ୍ତା ଓ ଅଧ୍ୟାପକ ବଙ୍କିମ କୁମାର ମୁଣ୍ଡ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ଵେଚ୍ଛାକୃତ ରକ୍ତଦାନର ମହତ୍ତ୍ୱ ବିଷୟରେ ଆଲୋଚନା କରିବା ସହ ରକ୍ତ ସଙ୍କଟ ଦୂର କରିବା ପାଇଁ ଯୁବପିଢ଼ି ମାନେ ବହୁ ସଂଖ୍ୟାରେ ରକ୍ତଦାନ କରିବା ପାଇଁ ଆଗେଇ ଆସିବାକୁ ଆହ୍ଵାନ ଦେଇଥିଲେ । ଯୁବ ରେଡକ୍ରସ ପରାମର୍ଶଦାତା ଅଧ୍ୟାପକ ସଂଜୀବ କୁମାର ମୁଣ୍ଡ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସ ଓ ରେଡ୍ ରିବନ କ୍ଳବ୍ ସ୍ବେଚ୍ଛାସେବୀ ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଆମ ଭାଷା ସାହିତ୍ଯ ଆମ ପିଲାଙ୍କ ରକ୍ଷା କବଚ

masiha

ସାଧାରଣ ତନ୍ତ୍ର ଦିବସ ପାଳନ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

masiha

ଯୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଲିଃ କାର୍ଯ୍ୟାଳୟ ଉଦଘାଟନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!