ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର 

ଧର୍ମଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର 

ଧର୍ମଗଡ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଧର୍ମଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ ଙ୍କ ସଭାପତିତ୍ୱ ରେ ଏହି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଅତିରିକ୍ତ ଉପଜିଲ୍ଲାପାଳ ଅଜୟ କୁମାର ତିର୍କି , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କଳାହାଣ୍ଡି ଆନନ୍ଦ ବର୍ଦ୍ଧନ ଗୁରୁ, ବିଡ଼ିଓ ଶରତ କୁମାର ପାତ୍ର ସମେତ ସମସ୍ତ ବିଭାଗର ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଜିଲ୍ଳାପାଳଙ୍କ ଏହି ଅଭିଯୋଗ ଶୁଣାଣୀରେ ପକ୍କାଘର, ରାସନ କାର୍ଡ,ଭତ୍ତା, ଗମନାଗମନ, ପାନୀୟ ଜଳ ଭଳି ଅନେକ ମାମଲାର ବିଚାର ହୋଇଥିଲା । ଏହି ଜନ ଶୁଣାଣି ଶିବିରରେ ମୋଟ ୭୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୦ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨ ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିବା ବିଡ଼ିଓ ଶରତ ପାତ୍ର ସୂଚନା ଦେଇଥିଲେ।

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ପ୍ରଥମ ବିବାହ ଉତ୍ସବ କୁ ଭିନ୍ନ ଡ଼ଙ୍ଗ ରେ ପାଳନ କଲେ ସମାଜ ସେଵୀ

masiha

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ 

Sunil Chandra Nayak

ଚେମ୍ୱର ଅଫ କମର୍ସ ପକ୍ଷରୁ  ନୂତନ ଉପଖଣ୍ଡ ପୋଲିସ ଅଧିକାରୀ (ଡିଏସପି) ଙ୍କୁ ସ୍ୱାଗତ ଓ ବିଦାୟୀ ଡିଏସପି ଙ୍କୁ ବିଦାୟ ସମ୍ବର୍ଧନା 

masiha

Leave a Comment

error: Content is protected !!