ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

ରାଉରକେଲା, ୨୮ ଅକ୍ଟୋବର ୨୦୨୪: ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ସ୍ଥିତ ସଭାଗୃହ ଠାରେ ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଶ୍ରୀଯୁକ୍ତ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରୋଗୀ କଲ୍ୟାଣ ସମିତିର ସଦସ୍ୟ ତଥା ରଘୁନାଥପାଲି ବିଧାୟକ ଶ୍ରୀଯୁକ୍ତ ଦୁର୍ଗା ଚରଣ ତନ୍ତୀଙ୍କ ସହ ରାଉରକେଲା ବିଧାୟକ ଶ୍ରୀଯୁକ୍ତ ସାରଦା ପ୍ରସାଦ ନାୟକଙ୍କ ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ସରକାରୀ ଚିକିତ୍ସାଳୟ ଗୁଡ଼ିକୁ ରୋଗୀ କୈନ୍ଦ୍ରିକ କରିବା ତଥା ଉତ୍ତମ ସ୍ୱାସ୍ଥ୍ୟ ସେବାକୁ ସୁନିଶ୍ଚିତ କରିବା ସହ ସ୍ଵାସ୍ଥ୍ୟ ଭିତ୍ତିଭୂମି ମଜବୁତ୍ କରିବା ଉପରେ ଗୁରୁତ୍ଵ ଦେଇଥିଲେ।

ରୋଗୀମାନଙ୍କ ସୁବିଧା ପାଇଁ ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨୪×୭ ଘଣ୍ଟା ଖୋଲା ରଖିବା ସହ ଏହା ଅଧୀନରେ କାର୍ଯ୍ୟ କରୁଥିବା ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ସମୀକ୍ଷା କରି ସମସ୍ୟା ଗୁଡ଼ିକର ସମାଧାନ କରିବା ଉପରେ ଆଲୋଚନା କରାଯାଇଥିଲା। ଏହା ସହ ସମସ୍ତ ଚିକିତ୍ସାଳୟ ଗୁଡ଼ିକରେ ଗର୍ଭବତୀ ତଥା ପ୍ରସୂତୀମାନଙ୍କୁ ବିଶେଷ ଚିକିତ୍ସା ସୁବିଧା ଯୋଗାଇବା ଉପରେ ଗୁରୁତ୍ଵ ଦିଆଯାଇଥିଲା। ଏଥିସହ ରୋଗୀଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆଗାମୀ ବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ନିମନ୍ତେ ଅର୍ଥ ଅନୁମୋଦନ କରାଯାଇଥିଲା।

ଏହି ବୈଠକରେ ରାଉରକେଲା ଏଡିୟୁପିଏଚଓ ଡାକ୍ତର ଶକ୍ତି ପ୍ରକାଶ ପାଢୀ, ରାଉରକେଲା ସହରାଞ୍ଚଳ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶିଲ କୁମାର ପରିଡ଼ା, ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ମେଡିକାଲ ଅଫିସର ଡାକ୍ତର ସରବଜିତ ସିଂ, ଏଡିପିଏଚଓ (ଭିବିଡି) ଡାକ୍ତର ଭକ୍ତ ମୋହନ ସ୍ୱାଇଁଙ୍କ ସହ ସ୍ଵାସ୍ଥ୍ୟ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରାୟଗଡ଼ା ଜିଲ୍ଲା ଭାରତୀୟ ମଜଦୂର ସଂଘ ର ଜିଲ୍ଲା ସ୍ତରୀୟ ବୈଠକ 

masiha

ଖୁଚୁରା ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ ପାରୁଲ ପଟୱାରୀ

Sunil Chandra Nayak

ଅତିରିକ୍ତ ଜିଲ୍ଲାପାଳ ନବରଙ୍ଗପୁର ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା 

masiha

Leave a Comment

error: Content is protected !!