ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ 

ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପ୍ରସ୍ତୁତି ଓ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ 

ନବରଙ୍ଗପୁର:( ୨୯.୧୦.୨୦୨୪)(ରବି ନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲାର ସଦର ମହକୁମା ଠାରେ ଆଜି ମଙ୍ଗଳବାର ଦିନ ରାଜ୍ଯ ବିପର୍ଯ୍ୟୟ ପ୍ରସ୍ତୁତି ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ସକାଳ ଆଠ ଘଣ୍ଟା ସମୟରେ ଏକ ଗଣଦୌଡ ସ୍ଥାନୀୟ ପୌରପାଳିକା କାର୍ଯାଳୟ ନିକଟରୁ ପୁରୁଣା ମଣ୍ଡେଇ ପଡିଆ ଏବଂ ପୁରୁଣା ମଣ୍ଡେଇ ପଡିଆ ଠାରୁ ମିଶନ ଶକ୍ତି ସଭା ଗୃହ ପର୍ଯ୍ୟନ୍ତ ଆୟୋଜନ କରାଯାଇଥିଲା। ଏହାକୁ ଆନୁଷ୍ଠାନିକ ଭାବେ ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ, ଜିଲ୍ଲାପାଳ ନବରଙ୍ଗପୁର ଡଃ ଶୁଭଙ୍କର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେଶ୍ଵର ନାୟକ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଶ୍ରୀ ନବୀନ ଚନ୍ଦ୍ର ନାୟକ, ଜିଲ୍ଲା ମୁଖ୍ୟ ଉନ୍ନୟନ ଏବଂ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରବାନ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ପୌରପରିଷଦ ଅଧ୍ୟକ୍ଷ ଶ୍ରୀ କୁନୁ ନାୟକ ଙ୍କ ଉପସ୍ଥିତିରେ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶୋଭାଯାତ୍ରା ସ୍ଥାନୀୟ ମିଶନ ଶକ୍ତି ସଭାଗୃହ ରେ ପହଞ୍ଚିଲା ପରେ ଜିଲ୍ଲାପାଳ ଡଃ ଶୁଭଙ୍କର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଆୟୋଜନ କରି ବିପର୍ଯ୍ୟୟ ଦିବସର ତାତ୍ପର୍ଯ୍ୟ ସଂପର୍କରେ ଉପସ୍ଥିତ ଥିବା ସମସ୍ତ ମଞ୍ଚାସୀନ ଅତିଥିବୃନ୍ଦ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ ବିସ୍ତୃତ ଆଲୋଚନା କରି ମହାବାତ୍ୟାରେ ପ୍ରାଣ ହରାଇ ଥିବା ସମସ୍ତଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ପୂର୍ବକ ଦୁଇ ମିନିଟ ନୀରବ ପ୍ରାର୍ଥନା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକ ସ୍ବାଗତ ଭାଷଣ ଦେଇଥିଲେ।ନବରଙ୍ଗପୁର ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟରେ ଘଟିଥିବା ମହାବାତ୍ୟା କୁ ମନେ ପକାଇବା ସହ ସମ୍ଭାବ୍ୟ ବନ୍ୟା ବାତ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ସଜାଗ ରହି ରାଜ୍ୟ ସରକାର ସବୁବେଳେ ଚେଷ୍ଟିତ ଏବଂ” ଦାନା” ଭଳି ଭୟଙ୍କର ବାତ୍ୟା ର ସଫଳ ମୁକାବିଲା ଦିଗରେ ସଫଳତା ହାସଲ କରିଛନ୍ତି ବୋଲି କହିଥିଲେ। ଜିଲ୍ଲାପାଳ ଡ଼ା ମହାପାତ୍ର ନିଜ ବକ୍ତବ୍ୟରେ ଜିଲ୍ଲା ବିପର୍ଯ୍ୟୟ ସମୟରେ ନିଜକୁ ରକ୍ଷା କରିବା ସହ ଅନ୍ୟକୁ ରକ୍ଷା କରିବାର ଆବଶ୍ୟକତା ସହ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ପ୍ରାକୃତିକ ଓ ମନୁଷ୍ୟକୃତ ବିପର୍ଯ୍ୟୟ ସମୟରେ କିଭଳି ନିଜକୁ ରକ୍ଷା କରିବେ, ପ୍ରାଥମିକ ଚିକିତ୍ସା, ବଜ୍ରପାତ, ସାପ କାମୁଡା,ଭୂମିକମ୍ପ,ବନ୍ୟା ରେ ପ୍ରଥମ ପଦକ୍ଷେପ କଣ ରହିବ ତା ସଂପର୍କରେ ବୁଝାଇଥିଲେ। ମହାବାତ୍ୟା ପରେ ଓଡିଶା ରାଜ୍ୟ ସରକାରଙ୍କ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ବିଶେଷ କରି ଧନ ଜୀବନ ସୁରକ୍ଷା ରେ ଅଦ୍ଭୁତ ପୂର୍ବ ସଫଳତା ପାଇ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଥିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧରେ କେବଳ ପ୍ରଶାସନ ନୂହେଁ ସମସ୍ତ ଜନ ପ୍ରତିନିଧି ସ୍ଵେଚ୍ଛାସେବୀ ଏବଂ ଗଣମାଧ୍ୟମର ପ୍ରତିନିଧିଙ୍କ ର ପ୍ରମୁଖ ଭୂମିକା ରହିଥିବା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵଚ୍ଛ ସାଥି,ସ୍ଵୟଂ ସହାୟକ ଗୋଷ୍ଠୀ, ସ୍ଵେଚ୍ଛାସେବୀ,ଅଙ୍ଗନବାଡି, ଏନ. ସି ସି, ଜୁନିୟର ରେଡକ୍ରସ, ଏନ ଏସ ଏସ ସଂଗଠନ ଙ୍କ ସହିତ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ରାଧେ ଶ୍ୟାମ ଲାଇକ, ଜିଲ୍ଲା ଲୋକସମ୍ପର୍କ ଓ ସୂଚନା ଅଧିକାରୀ ମନୋଜ କୁମାର ବେହେରା, ନିର୍ବାହୀ ଅଧିକାରୀ ପୌରପାଳିକା ନବରଙ୍ଗପୁର ସମରେଶ ମହାନ୍ତି, ଓଡିଶା ରାଜସ୍ଵ ଅମଲା ସଂଘ ର ରାଜ୍ଯ ସଭାପତି ତ୍ରିପତି ବାଲାଜୀ ସାହୁ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ନବରଙ୍ଗପୁର ମହାବିଦ୍ୟାଳୟର ଏବଂ ମହିଳା ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିପର୍ଯ୍ୟୟ ପ୍ରଶମନ ସମ୍ବନ୍ଧରେ ପୂର୍ବରୁ ହୋଇଥିବା ବକ୍ତୃତା ପ୍ରତିଯୋଗୀତା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ଜରୁରୀ କାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ ଏବଂ ଜିଲ୍ଲା ଶିକ୍ଷା କ୍ରୀଡା ଅଧିକାରୀ ପ୍ରଭାତ କୁମାର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଅଟୋ ଚାଳକଙ୍କ ପାଇଁ ଜାତୀୟ ସଡ଼କ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ

Sunil Chandra Nayak

ରାୟଗଡ ଜିଲ୍ଲା ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳିତ ।  “ସମାଜର ସବୁଠାରୁ ଅବହେଳିତ ଓ ଦୁର୍ବଳତମ ଲୋକଙ୍କ ନିକଟରେ ପହଞ୍ଚି ସେମାନଙ୍କ ଓଠରେ ହସ ଫୁଟାଇବା ଆରମ୍ଭ କରିଛି ଲୋକଙ୍କ ସରକାର -ମାନ୍ୟବର ମନ୍ତ୍ରୀ

Sunil Chandra Nayak

ଉତ୍କଳ ସମ୍ମିଳନୀ ନବରଙ୍ଗପୁର ଶାଖା ପୁନର୍ଗଠନ 

Sunil Chandra Nayak

Leave a Comment

error: Content is protected !!