ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ରାୟଗଡା ଦ୍ୱାରା ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ

        ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଜି ତା ୦୯.୧୧.୨୦୨୪ ରିଖ ଶନିବାର ଦିନ “ରାଷ୍ଟ୍ରିୟ ଆଇନ ସେବା ଦିବସ” ପାଳିତ ଉପଲକ୍ଷେ ସ୍ଥାନୀୟ ଜିଲ୍ଳା ଅଦାଲତ ପରିସରଠାରୁ ଡେଲି ମାର୍କେଟ ପର୍ଯ୍ୟନ୍ତ ଏକ ପ୍ରଭାତ ଫେରୀ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଏଥିରେ ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ପ୍ରଭାତ ଫେରୀ କାର୍ଯ୍ୟକ୍ରମ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ପରିଚାଳନା କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ତଥା ପୋକ୍ସ ଅଦାଲତର ବିଚାରପତି ଶ୍ରୀମତି ସ୍ୱେତା ମିଶ୍ର, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ରେଜିଷ୍ଟ୍ରାର ସୋମ୍ୟରୂପ ସାହୁ, ସବ୍ ଜଜ୍ ଶ୍ରୀ ଆଶିସ ପଟ୍ଟନାଏକ, ନ୍ୟାୟଧିକାରୀ ଜ୍ୟୋତିରମୟୀ ଷଡଙ୍ଗୀ, ରାୟଗଡା ବାର ଆସୋସିଏସନର ସଭାପତି ଶ୍ରୀ ପଦ୍ମନାଭ ଦାସ ସହିତ ସଚିବ ଶ୍ରୀ ବିଶ୍ୱନାଥ ଗନ୍ତାୟତ ତଥା ଅନ୍ୟ ଆଇନଜୀବି, ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମସ୍ତ ପାନେଲ ଓକିଲ, ପାରା ଲିଗାଲ ଭଲ୍ୟୁଣ୍ଟର, ଜିଲ୍ଳା ଅଦାଲତର ସମସ୍ତ କର୍ମଚାରୀ, ଜି.ସି.ଡି ଜିଲ୍ଳା ହାଇସ୍କୁଲ ର ଶିକ୍ଷକ ଓ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ I ପରିଶେଷରେ ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସତ୍ୟ ନାରାୟଣ ଷଡଙ୍ଗୀ ସର୍ବ ପ୍ରଥମେ ସମସ୍ତଙ୍କୁ ଅଭିବାଦନ ଜଣାଇ ରାଷ୍ଟ୍ରିୟ ଆଇନ ସେବା ଦିବସ ପାଳନ ର ଆଭିମୂଖ୍ୟ ଓ ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜି.ସି.ଡି ଜିଲ୍ଳା ହାଇସ୍କୁଲ ର ଛାତ୍ର ଛାତ୍ରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

୯ମ ଇଣ୍ଡିଆ ହେଲ୍‌ଥ ଆଣ୍ଡ ୱେଲନେସ୍ ଆଓ୍ବାର୍ଡସ୍ ୨୦୨୪ ରେ ଉତ୍କଳ ହସପିଟାଲ ସମ୍ମାନିତ

masiha

ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା 

masiha

ସତନାମୀ ସମାଜ ପକ୍ଷରୁ ଟେମରା ଗ୍ରାମରେ ଜୈତସ୍ତମ୍ବରେ ଧ୍ଵଜାରୋହଣ ଓ ସନ୍ଥ ସମାବେଶ ଉତ୍ସଵ ଅନୁଷ୍ଠିତ

masiha

Leave a Comment

error: Content is protected !!