ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ / ଚନ୍ଦ୍ରପୁର ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ଆଶିଷ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ ୬୮ଟି ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ଜମାଜମା, ପାରିବାରିକ ସମସ୍ୟା ,ଜଳସେଚନ, ଭତ୍ତା, ରାସ୍ତା ନିର୍ମାଣ, ଅଙ୍ଗନବାଡି ଗୃହ ନିର୍ମାଣ ସହ ଅନ୍ୟାନ୍ୟ ସମସ୍ୟା ଅଭିଯୋଗ ପଞ୍ଜିକୃତ ହୋଇଥିଲା । ଏହି ଅଭିଯୋଗ ଶିବିରରେ ମୁନିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ, ଜିଲ୍ଲା ନିୟୋଜନ ଅଧିକାରୀ ତତ୍ୱ ମସି ମହାପାତ୍ର, ଅତିରିକ୍ତ ମଙ୍ଗଳ ଅଧିକାରୀ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲା କୃଷି ଅଧିକାରୀ, ଅତିରିକ୍ତ ଯୋଗାଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ଉଠା ଜଳସେଚନ ନିର୍ବାହୀ ଯନ୍ତ୍ରୀ, ରାସ୍ତା ଓ କୋଠାବାଡ଼ି ନିର୍ବାହୀ ଯନ୍ତ୍ରୀ, ଟାଟା ପାୱାର ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର,ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରିୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ମୁଣ୍ଡୁରାଗୁଡା ଠାରେ ନୂଆଖାଇ ଅବସରରେ ବସ୍ତ୍ର ବଣ୍ଟନ

masiha

ରାୟଗଡ଼ା ରେ ସମାଜ ସେବୀ ତଥା ସ୍ଵାଧିନତା ସଂଗ୍ରାମୀ ମା ପାର୍ବତୀ ଗିରି ଙ୍କ ଜନ୍ମ ଜୟନ୍ତୀ ପାଳନ

Sunil Chandra Nayak

ସରସ୍ଵତୀ ଶିଶୁବିଦ୍ୟା ମନ୍ଦିର, ବଡବିଲରେ ସଫଳ କନ୍ୟା ଶିବିର ଆୟୋଜିତ

Sunil Chandra Nayak

Leave a Comment

error: Content is protected !!