ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପାପଡାହାଣ୍ଡିଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ପାପଡାହାଣ୍ଡିଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୮.୧୧.୨୦୨୪)(ରବି ନାରାୟଣ ମହାନ୍ତି)ଆଜି ପାପଡାହାଣ୍ଡି ବ୍ଲକସ୍ଥିତ ପଞ୍ଚାୟତ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ଶ୍ରୀ ପ୍ରକାଶ ମିଶ୍ର , ବ୍ଲକ ଅଧ୍ୟକ୍ଷା ହେମଲତା ମାଝୀ,ଉପାଧ୍ୟକ୍ଷ ସୁଶାନ୍ତ ବେହେରା , ବି ଡି ଓ କପିଲ ଦେବ ସାହୁଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୪୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୨ ଜଣଙ୍କୁ ହୂଇଲ ଚେୟାର,୧ ଜଣଙ୍କୁ ଟ୍ରାଇ ସାଇକଲ,୭୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ ସହାୟତା କାର୍ଡ ଜିଲ୍ଲାପାଳଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା।

( ମ ନି ସ )

Related posts

ଜାନୁଆରୀ 28ରେ ବିଶାଳ ଆଦିବାସୀ ମହାମେଳି 

masiha

ଯୋରାଡୁଵୁରା ବୈଦିକ ବ୍ରାହ୍ମଣ ସମାଜ ପକ୍ଷରୁ ୭୭ ତମ ସ୍ବାଧିନତା ଦିବସ ପାଳିତ

masiha

ଚମେଳିଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର

masiha

Leave a Comment

error: Content is protected !!