ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଲମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା: ତା. ୧୮.୧୧.୨୦୨୪ – କଳାହାଣ୍ଡି ଜିଲ୍ଲା ଅଧୀନସ୍ତ କଲମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୯୬ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୭୮ ଗୋଟି ଓ ସାମୂହିତ ୧୮ ଗୋଟି ରହିଥିବା ବେଳେ ୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଯୁଗଳ ମାଝୀ ଗ୍ରାମ ଭାଟିଗାଁ ଙ୍କୁ ଟ୍ରାଇସାଇକେଲ, ଶକ୍ତି ବାରିକ ଗ୍ରାମ ଭାଟିଗାଁ ଙ୍କୁ ବ୍ଲାଇଣ୍ଡ ଷ୍ଟିକ ଏବଂ ସୁର୍ଯ୍ୟ ନାଏକ ଗ୍ରାମ ଭେଲାଗାଁ, ଘାସିରମ ନାଏକ ଗ୍ରାମ ଭେଲାଗାଁ, ହିତେଶ ଦୂର୍ଗା ଗ୍ରାମ ମିନଗୁର, ମିନାକ୍ଷୀ ନାଏକ ଗ୍ରାମ ଭଇଁରି ଙ୍କୁ ଭତ୍ତା ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା ।    

ଏଥିରେ ଜିଲ୍ଲାପାଳଙ୍କ ସହିତ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ଉପଜିଲ୍ଲାପାଳ ଧର୍ମଗଡ ଧୀମାନ ଚାକମ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ବର୍ଦ୍ଧନ ଗୁରୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ସୁଚେତା ପାଣି, ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଲୟ କୁମାର ପରିଡା, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ଜିଲ୍ଲାପାଳ ଚନ୍ଦ୍ରଦାଶ ମହାନନ୍ଦିଆ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ମହାପାତ୍ର, ତହସିଲଦାର କଲମପୁର, ବି.ଡି.ଓ. କଲମପୁର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

( ମ ନି ସ ) 

Related posts

ଅନେକ ସମ୍ମାନର ଅଧିକାରୀ କବି ସତ୍ୟ ସିଂ ବାଗ

Sunil Chandra Nayak

ପଥର କୁଆରୀ ଲିଜ ନଦେବା ପାଇଁ ତହସିଲଦାର ଙ୍କୁ ଦାବିପତ୍ର ପ୍ରଦାନ

Sunil Chandra Nayak

ଜୁନାଗଡ଼ରେ ବ୍ଲକ ଓ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ନେଇ ଉତ୍ସବ ମୁଖର ସହର

Sunil Chandra Nayak

Leave a Comment

error: Content is protected !!