ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନସେବା ପ୍ରାଧିକରଣ ରୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ଅଧ୍ୟକ୍ଷତାରେ ତା-୨୨.୧୧.୨୦୨୪ ରିଖ ଶୁକ୍ରୁବାର ଦିନ ଅପରାହ୍ନ ଘ.୧୦.୩୦ମି ରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ରାୟଗଡ଼ା ପରିସରରେ ଅଧାରୁ ପାଠ ଛାଡିଥିବା ଛାତ୍ର ଛାତ୍ରୀମାନ ଙ୍କୁ ପୁନର୍ବାର ବିଦ୍ୟାଳୟକୁ ଫେରାଇ ଆଣିବା ସଂପର୍କ୍ତିତ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଭଜନଲାଲ ମାଝି, ବି.ଇ.ଓ ଶ୍ରୀ ସୁଦିପ୍ତ କୁମାର ଦାସ, ରାୟଗଡା ବାର ଆସୋସିଏସନର ଆଇନଜୀବି ଦେବରାଜ ନାଏକ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଓ ଅନ୍ୟ ଶିକ୍ଷୟିତ୍ରୀ ପ୍ରମୁଖ ମଞ୍ଛାସୀନ ଥିଲେ I ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଅଧାରୁ ପାଠ ଛାଡିଥିବା ପିଲାଙ୍କୁ କିପରି ପୁନର୍ବାର ନାମଲେଖାଇବା, ଶିଶୁ ସୁରକ୍ଷI ଆଇନ, ଶିଶୁମାନଙ୍କ ଆଇନଗତ ଅଧିକାର, ବାଲ୍ୟ ବିବାହ ନିରୋଧ ଆଇନ ବ୍ୟବସ୍ଥା ବିଷୟରେ ପିଲାଙ୍କୁ ଅବଗତ କରାଇବା ସହ ସୁନ୍ଦର ଚରିତ୍ର ଓ ଭବିଷ୍ୟତ ଗଠନ ଦିଗରେ ପିଲାଙ୍କୁ ଉତ୍ସାହିତ କରିଥିଲେ I ସେହିପରି ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଅଧାରୁ ପାଠ ଛାଡିଥିବା ପିଲାମାନଙ୍କୁ ପୁନର୍ବାର ବିଦ୍ୟାଳୟକୁ ଆସିବା ପାଇ ସରକାରଙ୍କ ତରଫରୁ ଉପଲବ୍ଧ ଥିବା ବିଭିନ୍ନ ଯୋଜନା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଜିଲ୍ଲାସ୍ତରୀୟ କୃଷି ମେଳା ଓ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ

masiha

ଶିକ୍ଷୟିତ୍ରୀ ସତ୍ୟରୁପା ଯୋଶୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା 

Sunil Chandra Nayak

ମାନସିକ ଅନଗ୍ରସର ମହିଳାଙ୍କୁ ଉଦ୍ଧାର ଓ ଥଇଥାନ

Sunil Chandra Nayak

Leave a Comment

error: Content is protected !!