ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା: – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଆଜି ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୧୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥିରୁ ବ୍ୟକ୍ତିଗତ ୯୧ ଗୋଟି ଓ ସାମୂହିତ ୨୪ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୨ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଶିଶୁ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ଅବକାରୀ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଦୟାମୟ ପାଢି, ପିଡିଡୁଡା ମୁନୀନ୍ଦ୍ର ହୋନନାଗା, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ. ନିହାରେନ୍ଦ୍ର ପଣ୍ଡା, ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିରେନ୍ଦ୍ର କୁମାର କହଁର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ଥାନୀୟ ତହସିଲଦାର, ବିଡିଓ, ପୌରପାଳିକା ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗଦେଇ ଥିଲେ। ଏହି ଜନଶୁଣାଣି ଶିବିର ର ପରିଚାଳନା ରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଡେପୁଟି ଜିଲ୍ଲାପାଳ ଚନ୍ଦ୍ରଦାଶ ମହାନନ୍ଦିଆ ସହଯୋଗ କରିଥିଲେ। ଆସନ୍ତା ଡିସେମ୍ବର ୯ ତାରିଖରେ ଗୋଲାମୁଣ୍ଡା ବ୍ଲକ ରେ ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହେବ। ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଶିବିରରେ ନିଜର ନାମ ପଞ୍ଜୀକରଣ କରି ରହିଥିବା ବ୍ୟକ୍ତିଗତ, ସାମୂହିକ ଆପତ୍ତି ଅଭିଯୋଗ ସିଧାସଳଖ ଭାବେ ଜିଲ୍ଲାପାଳ, କଳାହାଣ୍ଡି ଙ୍କୁ ଭେଟି ଜଣାଇ ପାରିବେ। ( ମ ନି ସ ) 

Related posts

ରାଉରକେଲା ଇ ଏସ ଆଇ ସି ମଡେଲ ହସ୍ପିଟାଲ ଅବ୍ୟବସ୍ଥା ବିରୋଧରେ ସି ଆଇ ଟି ୟୁ ର ବିଶାଳ ଶ୍ରମିକ ବିକ୍ଷୋଭ ଓ ଘେରାଉ

masiha

ରଘୁନାଥପଲ୍ଲୀ ନିର୍ବାଚନୀ କ୍ଷେତ୍ରରେ ନୂତନ ବିସ୍ତାରକଙ୍କ ଦାୟୀତ୍ବ ଗ୍ରହଣ

masiha

ନର୍ଲା ଭାୟା ମ. ରାମପୁର ରାଜ୍ୟ ରାଜପଥର ବାଗପୁର ତାରିଣୀ ମନ୍ଦିର ଛକ ନିକଟରେ ଟ୍ରକ୍ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ୬ ଗୁରୁତର 

Sunil Chandra Nayak

Leave a Comment

error: Content is protected !!