ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୌଶିକ ବାବା ଡିଗ୍ରୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ

କୌଶିକ ବାବା ଡିଗ୍ରୀ କଲେଜରେ ବିଶ୍ୱ ଏଡ଼ସ ଦିବସ ପାଳିତ

କର୍ଲlମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲlମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଙ୍ଗା ଗ୍ରାମର କୌଶିକ ବାବା ଯୁକ୍ତ ତିନି ମହାବିଦ୍ୟାଳୟ ଠାରେ “ବିଶ୍ୱ ଏଡ଼ସ ଦିବସ” ଯୁବ ରେଡ଼କ୍ରସ ପରାମର୍ଶଦାତା ତଥା ଶିକ୍ଷା ଅଧ୍ୟାପକ ସମୀର ପଧାନଙ୍କ ତତ୍ୱାବଧାନ ପାଳିତ ହୋଇଯାଇଛି l ଇଂରାଜୀ ଅଧ୍ୟାପକ ମାନସ ରଞ୍ଜନ ବାଗ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଭାରପ୍ରାପ୍ତ ଅଧ୍ୟକ୍ଷା ଲିପ୍ସାମୟୀ ଦୁବେଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବେ ମଦନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଲୋକନାଥ ସାହୁ(MBBS), ସମ୍ମାନିତ ଅତିଥି ଭାବେ କର୍ଲାମୁଣ୍ଡା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁର୍ବେଦିକ ଡାକ୍ତର ପ୍ରଣତି ନାଗ (MHU) ପ୍ରମୁଖ ଯୋଗ ଦେଇଥିବା ବେଳେ ରାଜନୀତି ବିଜ୍ଞାନ ଅଧ୍ୟାପକ ରବି ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଗ୍ରନ୍ଥଗାରିକ ବସନ୍ତ କୁମାର ସାହୁ, କନିଷ୍ଠ କିରାଣୀ ଭୂପିନ୍ଦର ରଣା ଚତୁର୍ଥ କର୍ମଚାରୀ ଚମ୍ପୁଲାଲ ରଣା, ଡୋଲେଶ୍ୱର ରଣା, ପ୍ରଦୀପ ଭୋଇ ପ୍ରମୁଖ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

 

Related posts

ବଙ୍କା ସମାଜର ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ 

masiha

ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଦ୍ୱାରା ଦୁଇଟି ଗାଁରୁ ୩୫ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ 

masiha

Biju Sethu Construction Lags Behind Schedule

masiha

Leave a Comment

error: Content is protected !!