ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବିକ ଅଧିକାର ଦିବସ କୁ ନେଇ ସଚେତନତା ଶିବିର 

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ମାନବିକ ଅଧିକାର ଦିବସ କୁ ନେଇ ସଚେତନତା ଶିବିର 

ନବରଙ୍ଗପୁର:( ୧୦/୧୨/୨୦୨୪)(ରବି ନାରାୟଣ ମହାନ୍ତି) ଚଳିତ ବର୍ଷ ମାନବିକ ଅଧିକାର ଦିବସ ଅବସରରେ ସ୍ଥାନୀୟ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ କୋର୍ଟ କର୍ମଚାରୀ ଓ ଆଇନଜୀବି ମାନଙ୍କୁ ନେଇ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦେଶ କ୍ରମେ ଆୟୋଜିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତି ଯୋଗ ଦେଇଥିଲେ । ଅନ୍ୟାନ୍ୟ ଅତିଥି ଭାବେ ପରିବାର ବିଚାରବିଭାଗୀୟ ଜର୍ଜ ଶ୍ରୀମତୀ ଲିଲିପ୍ତା ପସାୟତ, ଅତିରିକ୍ତ ଜିଲ୍ଲା ଜର୍ଜ ଶ୍ରୀଯୁକ୍ତ ବିଷ୍ଣୁ ପ୍ରସାଦ ମିଶ୍ର, ଅତିରିକ୍ତ ଜିଲ୍ଲା ଜର୍ଜ (ପୋକସୋ) ବସୁଦେବ ଆଚାର୍ଯ୍ୟ, ମୁଖ୍ୟ ବିଚାର ବିଭାଗୀୟ ଦଣ୍ଡାଧିକାରି ଶ୍ରୀମତୀ ସୀମା ତ୍ରିପାଠୀ, ବରିଷ୍ଟ ଦେବାନୀ ଜର୍ଜ ଶ୍ରୀମତୀ ମୋନିତା ତ୍ରିପାଠୀ, ରେଜିଷ୍ଟ୍ରାର ଜିଲ୍ଲାକୋର୍ଟ ସୁକାନ୍ତ କିଶୋର ଜେନା, ବରିଷ୍ଟ ଦେବାନୀ ଜର୍ଜ, ବିଚାର ବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତୀ ପ୍ରଜ୍ଞା ପଣ୍ଡା, ଆଇନଜୀବି ସଂଘର ସଭାପତି ଶ୍ରୀଯୁକ୍ତ ନରସିଂହନାଥ ତ୍ରିପାଠୀ , ସମ୍ପାଦକ ଶ୍ରୀଯୁକ୍ତ ତପନ କୁମାର ସିଂହ ମଞ୍ଚାସୀନ ହୋଇ ମାନବିକ ଅଧିକାର ଦିବସ ବିଷୟରେ ଆଲୋକପାତ କରିଥିଲେ ଏବଂ ଏହି ଅବସରରେ କୋର୍ଟ ପରିସର ମଧ୍ୟରେ ବୃକ୍ଷ ରୋପଣ କରଯାଇଥିଲା । ଜିଲ୍ଲା ଆଈନ ସେବା ପ୍ରାଧିକରଣର ଭାରପ୍ରାପ୍ତ ସଚୀବ ଶ୍ରୀଯୁକ୍ତ ସୁକାନ୍ତ କିଶୋର ଜେନା ଏହି ଶିବିର ପରିଚାଳନା କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ବଦାନ୍ୟ ବୀର ବିପିନ ମିଶ୍ର

Sunil Chandra Nayak

ଜିଲ୍ଲା କଂଗ୍ରେସ କାର୍ଯ୍ଯାଳୟରେ ବିଶ୍ବ ରତ୍ନ ବାବା ସାହେବ ଆମ୍ବେଦକର ଙ୍କ ୧୩୨ ତମ ଜୟନ୍ତୀ ପାଳିତ

Sunil Chandra Nayak

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଅଧ୍ୟାପକଙ୍କ ସଫଳତା 

Sunil Chandra Nayak

Leave a Comment

error: Content is protected !!