ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୁଆରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କୁଆରମୁଣ୍ଡା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, ୧୬/୧୨/୨୪ : ଆଜି କୁଆରମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନ ଓ ସୁନ୍ଦରଗଡ ଏସପି ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୮୫ ଅଭିଯୋଗର ଶୁଣାଣୀ ହୋଇଥିଲା l  ସେଥି ମଧ୍ୟରୁ ୩୪ ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୫୧ ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୨୧ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ  ସାତ ଜଣଙ୍କୁ ଓ ରେଡକ୍ରସରୁ ତିନିଜଣ ଙ୍କୁ ଆର୍ଥିକ ସହାୟତା ପ୍ରଦାନ କରା ଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତା ଘାଟ ସମସ୍ୟା, ପେନସନ, ବିଦ୍ୟୁତ୍ ସମସ୍ୟା, ରାସନ୍ କାର୍ଡ ସମସ୍ୟା, ପାନୀୟ ଜଳ ସମସ୍ୟା, ଆବାସ ନିର୍ମାଣ ଦାବି ଆଦି ପ୍ରମୁଖ ରହିଥିଲା।

ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରେ ଡିଏଫଓ ଯଶୋବନ୍ତ ସେଠୀ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁରଂଜନ ସାହୁ, ପାନପୋଷ ଉପଜିଲ୍ଲାପାଳ ଶ୍ରୀ ବିଜୟ ନାୟକ,  କୁଆରମୁଣ୍ଡା ଗୋଷ୍ଠି ଉନ୍ନୟନ ଅଧିକାରୀ ଗଙ୍ଗାରାମ ବଡାଇକ  ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ବର୍ଷୀୟାନ ଆଇନଜୀବୀ ଶ୍ରୀନିବାସ ଅଗ୍ରୱାଲ ଙ୍କ ଦେହାନ୍ତ

masiha

ଭାରତ ବନ୍ଦ” ଲାଞ୍ଜିଗଡ ବ୍ଲକରେ ସଂପୂର୍ଣ୍ଣ ସଫଳ 

masiha

ସମାଜର ଶେଷ ମଣିଷ ପାଇଁ ଅଧିକାର ଓ ନ୍ୟାୟ ସୁନିଶ୍ଚିତ କରେ ସମ୍ବିଧାନ 

masiha

Leave a Comment

error: Content is protected !!