ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମଦନପୁର ରାମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ମଦନପୁର ରାମପୁର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ 

ଭବାନୀପାଟଣା: ତା. ୧୬.୧୨.୨୦୨୪ – କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୬ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୫ ଗୋଟି ଓ ସାମୂହିକ ୨୧ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ମଣ୍ଡିରେ ଧାନ ବିକ୍ରି, ରେଶନ କାର୍ଡ, ସୁଭଦ୍ରା ଯୋଜନା, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେଦ୍ର ସିଂହଦେଓ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଉପଆରକ୍ଷୀ ଅଧିକ୍ଷକ କେସିଙ୍ଗା ଅଜୟ କୁମାର ଦାସ, ବିଡିଓ ମ. ରାମପୁର ସବ୍ୟସାଚୀ ବେହେରା, ତହସିଲଦାର ମ. ରାମପୁର ସୁଧାକର ରଇତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ , ଜିଲ୍ଲା ଅବକାରୀ ଅଧିକ୍ଷକ ସରୋଜ କୁମାର ନାଏକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାଏ, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଆସନ୍ତା ଡିସେମ୍ବର ୨୩ ତାରିଖରେ ଜୟପାଟଣା ଠାରେ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହେବ । ( ମ ନି ସ )

Related posts

ଭବାନୀପାଟଣା ବ୍ଲକ ସାକ୍ଷରତା ମିଶନର ସଚେତନତା ରଥ ଓ ପଥପ୍ରାନ୍ତ ନାଟକର ଶୁଭାରମ୍ଭ

Sunil Chandra Nayak

ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ  ପକ୍ଷରୁ ଦାବିପତ୍ର

Sunil Chandra Nayak

ଶ୍ରୀକାନ୍ତ ପଣ୍ଡା ଙ୍କ କବିତା ଶୀତୁଆ ପଖାଳ

Sunil Chandra Nayak

Leave a Comment

error: Content is protected !!