ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝରିଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଝରିଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୩୦.୧୨.୨୦୨୪)(ରବି ନାରାୟଣ ମହାନ୍ତି)ଆଜି ଝରିଗାଁ ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ, ନବରଙ୍ଗପୁର ପ୍ରକାଶ ମିଶ୍ର,ବ୍ଲକ୍ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମାଝୀ,ବି ଡି ଓ ରାମକୃଷ୍ଣ ନାୟକ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଉକ୍ତ ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ତନ୍ମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଅଭିଯୋଗ ରହିଥିଲା ।ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ସହାୟତା କାର୍ଡ ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।  ( ମ ନି ସ ) 

Related posts

ନୂଆ ଆଳତୁମା ଗ୍ରାମର ପୂର୍ବତନ ଗ୍ରାମ ସଭାପତିଙ୍କ ବିୟୋଗ 

masiha

ଗୋତୋମୁଣ୍ଡା ଓ ମୋଟେର ପଞ୍ଚାୟତରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଡ୍ରାଇଭର ମହାସଂଘ କୁ ପୁର୍ଣ ସମର୍ଥନ ଜଣାଇଲା ଜିଲ୍ଲା ଯୁବ କଂଗ୍ରେସ , ଯୋଗ ଦେଲେ ଜିଲ୍ଲା ପରିଷଦ ସଭ୍ୟା ଡ. ଲିପିକା ମାଝୀ

Sunil Chandra Nayak

Leave a Comment

error: Content is protected !!