ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ପାଇଁ ଲାଞ୍ଚ ନେଇ  ଭିଜିଲାନ୍ସ ଜାଲରେ ସୁପରଭାଇଜର।

ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ପାଇଁ ଲାଞ୍ଚ ନେଇ 

ଭିଜିଲାନ୍ସ ଜାଲରେ ସୁପରଭାଇଜର।

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲେ ଭିଜିଲାନ୍ସ…..

କଳାହାଣ୍ଡି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ବ୍ଲକ ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରା ପଡିଲେ । 

ତଲଝାପି ପଞ୍ଚାୟତ ର ନିକେସଜୋର ଗ୍ରାମର ଅର୍ଜୁନ ନାଏକ,ବବଲୁ ନାଏକ ଓ ଘସିରାମ ନାଏକଙ୍କ ଠାରୁ ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଲାଞ୍ଚ ମାଗିଥିଲେ।ଏନେଇ ସମସ୍ତେ କଳାହାଣ୍ଡି ଭିଜିଲାନ୍ସ ବିଭାଗକୁ ଅଭିଯୋଗ କରିଥିଲେ।ଆଜି ସନ୍ଧ୍ୟାରେ ସେମାନେ ୪ ହଜାର ରଙ୍ଗବୋଳା ଟଙ୍କା ଲକ୍ଷ୍ମୀ ମହାରଣାଙ୍କୁ ଦେବା ବେଳେ ଆଗରୁ ଛପି ରହିଥିବା ଭିଜିଲାନ୍ସ ଲକ୍ଷ୍ମୀ ମହାରଣାଙ୍କୁ ରଙ୍ଗବୋଳା ଟଙ୍କା ସହ କାବୁ କରିଥିଲେ । ପୁର୍ବରୁ ପ୍ରତ୍ୟେକ ଆବେଦନକାରୀ ଙ୍କ ଠାରୁ ୨ହଜାର ଲେଖାଏ ଆଦାୟ କରି ପ୍ରମାଣପତ୍ର ଦେଉଥିଲେ , ଯିଏ ଲାଞ୍ଚ ନ ଦେଲା ତାଙ୍କୁ ଲାଞ୍ଚୁଆ ସୁପର ଭାଇଜର ଲକ୍ଷ୍ମୀ ମହାରଣା ମାସ ମାସ ହଇରାଣ ହରକତ କରୁଥିବା ନେଇ ଅଭିଯୋଗମାନ ହୋଇ ଆସୁଥିଲା । ଆଜିର ଚଢ଼ାଉରେ ଭିଜିଲାନ୍ସ ବିଭାଗ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ ଡିଏସପି ପ୍ରଦୀପ ଆଇଣ୍ଡ, ଇନ୍ସପେକ୍ଟର ପ୍ରମିଳା ସୁନା, ଏଏସଆଇ ସଞ୍ଜୟ କୁମାର ସାହୁ, ଷ୍ଟେନୋ ସନ୍ତୋଷ ମହାନ୍ତି ପ୍ରମୁଖ ସାମିଲ ଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଫାଶୀ ଲଗାଇ ଯୁବକ ଙ୍କ ଆତ୍ମହତ୍ୟା , କାରଣ ଅସ୍ପଷ୍ଟ

Sunil Chandra Nayak

ବାଲି ମାଫିଆ ଙ୍କ ପୂର୍ବ ପ୍ରସ୍ତୁତି, ବାଲି ବିକିବା ପାଇଁ ସରକାରୀ ବିଦ୍ୟାଳୟ ପରିସରରେ ଠୁଳ କରୁଛନ୍ତି ବାଲି

ଚପରିଆ ଛକ ନିକଟରେ ବୋଲେରୋ ଧକ୍କା ରେ ଜଣେ ମୃତ

masiha

Leave a Comment

error: Content is protected !!