ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପରିଷ୍କାର ଓ ସବୁଜ ପଞ୍ଚାୟତ ଗଠନ ନେଇ ତାଲିମ 

ପରିଷ୍କାର ଓ ସବୁଜ ପଞ୍ଚାୟତ ଗଠନ ନେଇ ତାଲିମ 

  ଡାବୁଗାଁ, ୮/୧ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷଠାରେ ପରିଷ୍କାର ଓ ସବୁଜ ପଞ୍ଚାୟତ ଗଠନ ନେଇ ଏକ ତାଲିମ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପଞ୍ଚାୟତ କୁ କିପରି ପରିଷ୍କାର ଓ ସବୁଜ ପଞ୍ଚାୟତ ଗଠନ କରାଯିବ, ପରିବେଷକୁ ସଫା ସୁତୁରା ରଖିବା, ଶୌଚାଳୟ ବ୍ୟବହାର କରିବା, ଗଛ ଲଗାଇବା ଆଦି ବିଷୟରେ ଆଲୋଚନା କରାଯାଇଥିଲା | ଏଥିରେ ପ୍ରଶିକ୍ଷକ ଭାବେ ବିଡିଓ ଶରତ ମାଝି, ସିପି ପ୍ରବୀଣ କୁମାର ପଟ୍ଟନାୟକ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ପ୍ରମୁଖ ତାଲିମ ଦେଇଥିଲେ | ଏଥିରେ ଆକାଂକ୍ଷା ବ୍ଲକ ସହଭାଗୀ ମୋନାଲ ପରିଡା, ପଞ୍ଚାୟତ ନିର୍ବାହୀ ଅଧିକାରୀ ପର୍ଶୁରାମ ମାଳୀ, ଅର୍ଜୁନ ଭତ୍ରା, ହଳଧର ଜାନୀ, ଦିବ୍ୟଶଙ୍କର ପୂଜାରୀ, ରୂପାଲୀ ମଣ୍ଡଳ ଓ କାମିନୀ ହରିଜନ, ସମସ୍ତ ସରପଞ୍ଚ, ଅଙ୍ଗନୱାଡି କର୍ମୀ, ଏମବିକେ, ଏସିଡିଓ ଓ ଗ୍ରାମ ରୋଜଗାର ସେବିକା ସେବକ ମାନେ ତାଲିମ ନେଇଥିଲେ | ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା ପରିଚାଳନା କରିଥିଲେ |

ଡାବୁଗାଁ ରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପ୍ରାଥମିକ କୃଷି ସମବାୟ ସମିତିର ଋଣମେଳା

Sunil Chandra Nayak

ହେତୁବାଦୀ ସଂଗଠନ ପକ୍ଷରୁ ବନ୍ଧୁମିଳନ ଅନୁଷ୍ଠିତ

Sunil Chandra Nayak

ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

masiha

Leave a Comment

error: Content is protected !!