ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ର ପଞ୍ଚମ ବାର୍ଷିକ ଉତ୍ସବ ପାଳିତ

ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ର ପଞ୍ଚମ ବାର୍ଷିକ ଉତ୍ସବ ପାଳିତ

ନବରଙ୍ଗପୁର : (୨୪|୧)(ରବି ନାରାୟଣ ମହାନ୍ତି)ସ୍ଥାନୀୟ ଶାସ୍ତ୍ରୀ ଭବନ ଠାରେ ନବରଙ୍ଗପୁର ସରସ୍ଵତୀ ଶିଶୁ ଜ୍ଞାନ ମନ୍ଦିର ର ପଞ୍ଚମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ପୌପରିଷଦର ଅଧ୍ୟକ୍ଷ କୁନୁ ନାୟକ ଯୋଗ ଦେଇଥିବା ବେଳେ ବିଶିଷ୍ଟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ନାୟକ ଏବଂ ସମ୍ମାନୀତ ଅତିଥି ଭାବରେ ଶିକ୍ଷାବିତ୍ ତଥା ଜିଲ୍ଲା କ୍ରୀଡା ସଂଘର ସହ ସମ୍ପାଦକ ମନୋଜ କୁମାର ପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ପୌରପାଳିକା ଅଧ୍ୟକ୍ଷ ଶ୍ରୀ ନାୟକ ବିଦ୍ୟାଳୟ ପାଇଁ ଖଣ୍ଡିଏ ସରକାରୀ ଜାଗା ଦେବା ନିମନ୍ତେ ପ୍ରତିଶ୍ରୁତି ଦେଇଛନ୍ତି। ବିଶିଷ୍ଟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ସମ୍ପର୍କରେ ଅବଗତ କରାଇ ଥିଲେ l ସେହିପରି ଛାତ୍ର ଛାତ୍ରୀ ମାନେ ପାଠ ପଢା ସହ ଖେଳ ପ୍ରତି ମଧ୍ୟ ଆଗ୍ରହ ପ୍ରକାଶ କଲେ ଉଭୟ ସ୍ବାସ୍ଥ୍ୟ ଏବଂ ମାନସିକ ଭାବରେ ସୁସ୍ଥ ରହିବେ ବୋଲି କ୍ରୀଡା ସଂଘର ସହ ସମ୍ପାଦକ ଶ୍ରୀ ପଟ୍ଟନାୟକ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମ ର ସଭାପତି ଭାବରେ ଶିଶୁ ଜ୍ଞାନ ମନ୍ଦିର ର ଅଧ୍ୟକ୍ଷ ରବି ଶଙ୍କର ସାହୁ ଗୁରୁଜୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଭା ଶେଷରେ କୃତ୍ତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା। ସେହିପରି ଅଭିଭାବକ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଅଭିଭାବକ ମାନଙ୍କୁ ମଧ୍ୟ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ସଫଳ କରିବା ନିମନ୍ତେ ବିଦ୍ୟାଳୟର ଛାତ୍ର ଛାତ୍ରୀ ସମେତ ଅଭିଭାବକ ଏବଂ ଗୁରୁମା ଗୁରୁଜୀ ବୃନ୍ଦ ସହଯୋଗ କରିଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଦେଢ ଏକର ଜମି ଧାନ ୧ ଟି ଗଦା ପୋଡି ନଷ୍ଟ

masiha

ସତନ୍ତ୍ର ଉନ୍ନୟନ ପରିଷଦ ବ୍ଲକ ସ୍ତରିୟ ଖେଳ ପ୍ରତିଯୋଗିତା

masiha

କନ୍ଧଗଉଡ଼ ସମାଜ ସେବା ସମିତି କନ୍ଧମାଳ ପକ୍ଷରୁ ସମସ୍ୟା ର ସମାଧାନ ନିମନ୍ତେ ସାଂସଦ ଙ୍କୁ ୧୦ ଦଫା ଦାବୀପତ୍ର ପ୍ରଦାନ

Sunil Chandra Nayak

Leave a Comment

error: Content is protected !!