ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେସିଙ୍ଗା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ    

କେସିଙ୍ଗା ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ    

ଭବାନୀପାଟଣା : ତା. ୨୭.୦୧.୨୦୨୫ – କେସିଙ୍ଗା ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୩୬ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୨୮ ଗୋଟି ଓ ସାମୂହିକ ୮ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ସୁଭଦ୍ରା ଯୋଜନା, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 

ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ସୁଚେତା ପାଣି, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଅବକାରୀ ଅଧିକ୍ଷକ ରଞ୍ଜନ ନାଏକ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ଡେପୁଟି କଲେକ୍ଟର ପବିତ୍ର ସାମଲ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କହଁର, ସ୍ଥାନୀୟ ବିଡିଓ ସିଧେଶ୍ୱର ମେହେର, ତହସିଲଦାର ପ୍ରଶାନ୍ତି ପ୍ରଧାନ ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ,ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

( ମ ନି ସ ) 

Related posts

ଦାରିଙ୍ଗବାଡ଼ି ବ୍ଲକ ର ଦୁର୍ଗମ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ତଦାରଖ କଲେ କନ୍ଧମାଳ ଜିଲ୍ଲାପାଳ 

Sunil Chandra Nayak

ରାଇରଙ୍ଗପୁରସ୍ଥ ରାଷ୍ଟ୍ରପତିଙ୍କ ୨ ନମ୍ବର ଓ୍ବାର୍ଡରେ ପାନୀୟ ଜଳ ସମସ୍ୟା ନେଇ ଗ୍ରାମବାସୀଙ୍କ ଜାତୀୟ ରାଜପଥ ରାସ୍ତାଜାମ୍

Sunil Chandra Nayak

ରାଉରକେଲା ରେ ଦ୍ବାଦଶତମ ଆର୍ଟ ଅଫ ଗିଭିଙ୍ଗ ଡେ ପାଳିତ

masiha

Leave a Comment

error: Content is protected !!