ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ବାଳିକା ଦିବସ ପାଳିତ 

ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ବାଳିକା ଦିବସ ପାଳିତ 

 ଭବାନୀପାଟଣା/୨୫.୦୧.୨୦୨୫, // ଭବାନୀପାଟଣା ସହରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ବାଳିକା ଦିବସ-୨୦୨୫ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ଉଦ୍ଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢୀ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବବିତା ପାଣିଗ୍ରାହୀ ଯୋଗଦେଇଥିବା ବେଳେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢୀ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସିଂ ରାଉତ, ବରିଷ୍ଠ ଶିକ୍ଷକ ମନୋଜ କୁମାର ମୁଣ୍ଡ,ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିରେଖା ପଣ୍ଡା,ସି.ଆର୍.ସି.ସି ପ୍ରଫୁଲ୍ଲ ଠାକୁର ପ୍ରମୁଖ ଯୋଗଦେଇଥିଲେ । ଅତିଥି ପରିଚୟ ଓ କାର୍ଯ୍ୟକ୍ରମ ସଂଯୋଜନା ସୋମନାଥ ସାହୁ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପଞ୍ଚ ସଖା ଶିକ୍ଷା ସେତୁର ସଂଯୋଜକ ପ୍ରଶାନ୍ତ ନନ୍ଦ, ଉଚ୍ଚ ମାଧ୍ୟମିକ ଶିକ୍ଷା ସଂଯୋଜକ ବିରେନ୍ଦ୍ର ଆଚାର୍ଯ୍ୟ, ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ପ୍ରଭାତ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ବିଚାରକ ଭାବେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଶିକ୍ଷକ ଧୀରେନ୍ଦ୍ର ପଣ୍ଡା, ଯୁଧିଷ୍ଠିର ମୁଦୁଲି,ସ୍ଵପ୍ନା ସେଠୀ, ନୀଳିମା ନିଆଲ, ସ୍ମିତା ଚୌଧୁରୀ, କୃଷ୍ଣ ଚନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନୁଷ୍ଠିତ ବକ୍ତୃତା, ପ୍ରବନ୍ଧ, ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଶିକ୍ଷକ ଦୁର୍ବାଦଳ ପଟେଲ, ହିମାଂଶୁ ଶେଖର ମେହେର,ସୁନୀଲ ନିହାଲ, ଜଳନ୍ଧର କମ୍ପନ,ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ। 

( ମ ନି ସ ) 

Related posts

ତେନ୍ତୁଳିଖୁଣ୍ଟି ଓ ଖାତିଗୁଡା ପୋଲିସର ଫ୍ଲାଗମାର୍ଚ୍ଚ

masiha

ବାଇକ୍ ରେ ଆସିଲେ, ଆମ୍ବୁଲାନ୍ସ ରେ ପ୍ରସବ 

masiha

ମେଗା ଜଳ ଯୋଗାଣ ପ୍ରକଳ୍ପ :ପାଣି ଯୋଗାଇବ କେବେ ଠିକଣା ନାହିଁ ଏପଟେ ପାଇପ ବିଛାଇବା ରେ ରାସ୍ତାଘାଟ ବେହାଲ କରି ଛାଡି ଦେଉଛି

Sunil Chandra Nayak

Leave a Comment

error: Content is protected !!