ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ

ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳିତ

ଭବାନୀପାଟଣା:ତା 30.01.2025- ଅହିଂସା ର ପୂଜାରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଙ୍କ ମହାପ୍ରୟାଣ ଦିବସ (ସହିଦ ଦିବସ) କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ ପୂଜ୍ୟ ପୂଜା ପୂର୍ବକ  ମାଲ୍ୟାର୍ପଣ କରାଯାଇ ଦୁଇ ମିନିଟ୍ ପାଇଁ ନୀରବ ପାର୍ଥନା କରାଯାଇଥିଲା। ଏଥିରେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ, ଓଡିଶା, କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ଗାନ୍ଧିଜୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ, ପାୱାର ସଚିନ ପ୍ରକାଶ, ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ,ଅତିରିକ୍ତ ଜିଲ୍ଲାପାଳ ବଇତୁର। ଦୀପ, ଉପ ଜିଲ୍ଲାପାଳ, ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ,ଡି ଆର୍ ସି ଏସ୍, ପ୍ରମୋଦ କୁମାର ସାହୁ ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସମସ୍ତ ଡେପୁଟି ଜିଲ୍ଲାପାଳ, ସହକାରୀ ଜିଲ୍ଲାପାଳ, ବିଭାଗୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ୟମ ର ପ୍ରତିନିଧି ପ୍ରମୁଖ ଯୋଗଦେଇ ଥିଲେ। ଏହି କାର୍ଯ୍ୟକ୍ରମ କୁ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ)ଶ୍ରୀ ଦରୱାନ ପରିଚାଳନା କରିଥିଲେ। 

( ମ ନି ସ ) 

Related posts

ଶିକ୍ଷା ଦେବା ନାମରେ ଆସି ଧର୍ମାନ୍ତରୀକରଣ କରୁଥିବା ଅଭିଯୋଗ

masiha

ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରା ଙ୍କ ମାତୃ ବିୟୋଗ ଏକ….

masiha

କାମାକ୍ଷାନାଗାର ରେ ବଜ୍ରାଘାତ ଘଟି ୫ ଗୁରୁତର

masiha

Leave a Comment

error: Content is protected !!