ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ : ତା ୦୩/୦୨/୨୦୨୫ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ଜିଲ୍ଲାପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ପ୍ରକଳ୍ପ ପ୍ରଶାସକ ସମ୍ମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ, ଶ୍ରୀ ଚନ୍ଦ୍ର କାନ୍ତ ମାଝୀ, ଗ୍ରାମୀୟ ଜଳାଯୋଗାଣ ସଂସ୍ଥାର ନିର୍ବାହୀ ଯନ୍ତ୍ରୀ ଇଂ ଗୋପାଳ ନାୟକ, ବିଡିଓ ରାୟଗଡ, ଶ୍ରୀ ସୁଜିତ କୁମାରୀ ମିଶ୍ର, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

         ଆଜି ମୋଟ୭୬ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୬୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ୧୧ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ୧୦ଜଣକୁ ଚିକିତ୍ସା ସେବା ପାଇଁ ୮୨ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ପ୍ରଦାନ କରିଥିଲେ lଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ ନାୟକ,ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀ ରାମ ନାହାକ,ତହସିଲଦାର ରାୟଗଡ,ଶ୍ରୀମତୀ ପ୍ରୟଦର୍ଶନୀ ସ୍ୱାଇଁ,ଜିଲ୍ଲା ମଙ୍ଗଳ ଅଧିକାରୀ,ମଳୟ ଚିନାରୀ, ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ , ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ କୋଠାବାଡି, ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ,ଶ୍ରୀ ଗୋପାଳ ନାୟକ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଶ୍ରୀମତୀ ମିନତୀ ଦେଓ,,ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଶ୍ରୀ ଚିନ୍ମୟ ମହାନନ୍ଦ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାୟଗଡ ଶ୍ରୀମତୀ ପୁଷ୍ପାଞ୍ଜଳି ଦୀକ୍ଷିତ, ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲlକ୍ରୀଡା ଅଧିକାରୀ,ଶେଖ ଅଲେନୁର,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ,ସୁଶ୍ରୀ ବିଚିତ୍ରା ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼. ଦେବରାଜ ନାୟକ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଜିଲ୍ଲା ପଂଚାୟତ ଅଧିକାରୀ ଶ୍ରୀ ସୂର୍ଯ୍ୟନାରାୟଣ ମହାରଣା, ପୌର ନିର୍ବାହୀ ଅଧିକାରୀ, ରାୟଗଡ ଶ୍ରୀ କୁଲଦୀପ କୁମାର ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ନର୍ଲା ବ୍ଲକ ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ଓ ପ୍ରଦର୍ଶନୀ ମେଳା

masiha

ପ୍ରପତିଜୀଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନ ଚକ୍ର 

Sunil Chandra Nayak

ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ବିଶେଷ ଜନ ସଚେତନତା ପାଇଁ ସାମ୍ୱାଦିକ ସମ୍ମିଳନୀ 

masiha

Leave a Comment

error: Content is protected !!