ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁରଠାରେ ଅତିରିକ୍ତଜିଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁରଠାରେ ଅତିରିକ୍ତଜିଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୦୩.୦୨.୨୦୨୫)(ରବି ନାରାୟଣ ମହାନ୍ତି) ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆଦିତ୍ୟ ସେନ୍ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ରଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୫୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ମୁଖ୍ୟତଃ ରାସନ୍ କାର୍ଡ,ପ୍ରଧାନମନ୍ତ୍ରୀ ଆବାସ ,ମଣ୍ଡି ଟୋକନ୍, ଚିକିତ୍ସା ସାହାଯ୍ୟ, ରାସ୍ତା ନିର୍ମାଣ ଉପରେ ଅଭିଯୋଗ ରହିଥିଲା। 

( ମ ନି ସ )

Related posts

ଅନ୍ତର୍ଜାତୀୟ ଶାନ୍ତି ଦିବସ ପାଳନ

masiha

ଭୋଟ ବର୍ଜ୍ଜନ କରିବେ ୧୪ ଲକ୍ଷ ମତ୍ସ୍ୟଜୀବୀ ପରିବାର

masiha

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟ ବନ୍ଦ ଆନ୍ଦୋଳନ ନେଇ ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ 

masiha

Leave a Comment

error: Content is protected !!