ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସବୁ ଜିଲ୍ଲାରେ ବିକଶିତ ଗାଁ, ବିକଶିତ ଓଡ଼ିଶା । ଆଭାସୀ ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ସବୁ ଜିଲ୍ଲାରେ ବିକଶିତ ଗାଁ, ବିକଶିତ ଓଡ଼ିଶା । ଆଭାସୀ ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଧର୍ମଗଡ଼ ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ….

ଧର୍ମଗଡ଼ ବ୍ଲକ ଠାରେ ଆଜି ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ସାଂସଦ ପ୍ରତିନିଧି ଲକ୍ଷ୍ମୀ କାନ୍ତ ବାଗ,ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ ,ସରପଞ୍ଚ ସଙ୍ଘ ସଭାପତି ହାତିରାମ ଦୁର୍ଗା ପ୍ରମୁଖ ଉପସ୍ଥିତ ରହି ଏହି ଯୋଜନା କାର୍ଯ୍ୟକାରୀ ହେଲେ ଗ୍ରାମାଞ୍ଚଳରେ ସମସ୍ତ ଉନ୍ନୟନ କାର୍ଯ୍ୟ ସମ୍ପାଦନ ହୋଇ ପାରିବ ବୋଲି କହିବା ସହିତ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଧର୍ମଗଡ଼ ବ୍ଲକ ର ବିଭିନ୍ନ ଗ୍ରାମ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ, ବିଭିନ୍ନ ପଞ୍ଚାୟତ ର ମହିଳା ଓ ପୁରୁଷ ସାମିଲ ହୋଇଥିଲେ। ଧର୍ମଗଡ଼ ଉପ ଜିଲ୍ଲାପାଳ ଧୀମାନ ସ୍ବାଗତ ଚକମା ଭାଷଣ ଦେଇଥିବା ବେଳେ ଏହି କାର୍ଯ୍ୟକ୍ରମ କୁ ସରପଞ୍ଚ ଛିଲିପା ସରପଞ୍ଚ ବିଭୁ ଦତ୍ତ ପ୍ରଧାନ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନା ଧର୍ମଗଡ଼ ବ୍ଲକ ସହକାରୀ ଯନ୍ତ୍ରୀ କରୁଣା କର ମୂର୍ମୁ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଦେବି ଚରଣ ମେହେର, ବିଭାଗୀୟ ଅଧିକାରୀ ମନୋଜ କୁମାର ଠାକୁର, ଅର୍ଥ ରକ୍ଷକ ଅର୍ଜୁନ ମେହେର,ନିର୍ବାହୀ ଅଧିକାରୀ କେଦାର ନାଏକ ଙ୍କ ସମେତ ବ୍ଲକ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ ଯେ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧାର ଜଙ୍କିଆ ମିନିଷ୍ଟାଡିୟମ ଠାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଓ ଆଗାମୀ ୫ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରତି ଗାଁକୁ ବିକଶିତ କରାଯିବ ବୋଲି ପ୍ରକାଶ କରିଥିଲେ।ଉକ୍ତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ।

ପୂର୍ବରୁ ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି ।୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।

ଏଥିପାଇଁ ମୋଟ ପାଣ୍ଠିର ୪୦ ପ୍ରତିଶତ ବା ୪୦୦ କୋଟି କେବଳ ଆଇଟିଡିଏ ବା ଇଣ୍ଟିଗ୍ରେଟେଡ୍ ଟ୍ରାଇବାଲ ଡେଭଲପମେଣ୍ଟ ଏଜେନ୍ସି ଅଧୀନରେ ଥିବା ବ୍ଲକ୍ରେ ବ୍ଲକ୍ରେ ଖର୍ଚ୍ଚ ହେବ । ରାଜ୍ୟର ମୋଟ ୩୧୪ ବ୍ଳକ୍ ଭିତରୁ ୧୨୧ଟି ବ୍ଳକ୍ ଆଇଟିଡିଏ ଅଧୀନରେ ଆସୁଛି । ଏ ସବୁ ଅଞ୍ଚଳର ବିକାଶକୁ ସରକାର ଅଧିକ ଗୁରୁତ୍ବ ଦେବେ । ବାକି ୧୯୩ଟି ବ୍ଲକରେ ଥିବା ପଞ୍ଚାୟତକୁ ୬୦୦ କୋଟି ଟଙ୍କାର ପାଣ୍ଠି ଆବଣ୍ଟନ ହେବ । ପ୍ରତି ଗାଁରେ ଭଲ ରାସ୍ତା ନିର୍ମାଣ ପାଇଁ ଟଙ୍କା ଦିଆଯିବ । ଗାଁରେ ବ୍ଲକ ଟପ୍ ରୋଡ୍, କଂକ୍ରିଟ୍ ରୋଡ଼ ଓ ପେଭର ବ୍ଲକ ରାସ୍ତା ତିଆରି ହେବ। ଆବଶ୍ୟକ ସ୍ଥାନରେ ଡ୍ରେନ୍ ବି ନିର୍ମାଣ ହେବ।

ତେବେ ପଞ୍ଚାୟତକୁ ମିଳିଥିବା ମୋଟ ପାଣ୍ଠିର ୩୫ ପ୍ରତିଶତ କେବଳ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହେବ । ଏହାଠାରୁ ଅଧିକ ଟଙ୍କା ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ କରିହେବନି। ସଂରକ୍ଷିତ ଜଙ୍ଗଲ ଓ ଜଙ୍ଗଲ ଅଞ୍ଚଳ ଭିତରେ ରହୁଥିବା ଲୋକଙ୍କ ପାଇଁ ମଧ୍ୟ ମେଟାଲିଂ ମାନର ରାସ୍ତା ନିର୍ମାଣ କରାଯିବ ।ଏହି ଯୋଜନା ଅଧୀନରେ ପ୍ରତି ବ୍ଲକରେ ରିଡିଂ ରୁମ୍ ବା ପଠନ ଗୃହ ବ୍ୟବସ୍ଥା କରାଯିବ । ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ।

ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଏଠାରେ ସ୍ୱଳ୍ପ ଦେୟ ଦେଇ ଆରାମରେ ବସି ପଢ଼ିପାରିବେ। ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗି ରୁମ୍, ମାର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ। ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ମୁକୁନ୍ଦପୁର ଅଞ୍ଛଳ ରେ ସିପିଆଇ (ଏମ୍ଏଲ) ଲିବରେସନ ର ମିଶ୍ରଣ ପର୍ବ ରେ ଶତାଧିକ ମହିଳା ପୁରୁଷ ଯୋଗ ଦାନ 

ଜନଜାତି ସେବା ଜଗତ ପାଖରେ ଓରମାସ ରlଖି ଦୋକାନ ଉଦଘାଠିତ 

Sunil Chandra Nayak

କାହ୍ନୁ ଚରଣ ସାହୁ ପାଇଲେ “ତାରିଣୀ ଶବ୍ଦ ଭାରତୀ ସମ୍ମାନ”

masiha

Leave a Comment

error: Content is protected !!