ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଶୁଭାରମ୍ଭର ସିଧାପ୍ରସାରଣ 

ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଶୁଭାରମ୍ଭର ସିଧାପ୍ରସାରଣ 

ଡାବୁଗାଁ, ୫/୨ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଶ୍ରୀନିବାସ କଲ୍ୟାଣ ମଣ୍ଡପ ଠାରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ସିଧାପ୍ରସାରଣ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମ ରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମକୁ ଖୋର୍ଦ୍ଧା ଜିଲା ଜଙ୍କିଆ ମିନି ଷ୍ଟାଡିୟମ ଠାରେ ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁଭାରମ୍ଭ କରିଥିଲେ | ଏହି ଯୋଜନା ମାଧ୍ୟମରେ ୫ ବର୍ଷ ପର୍ଯ୍ୟନ୍ତ ଯୋଜନା ରେ ୫ ହଜାର କୋଟି ର ବ୍ୟୟ ବରାଦ କରାଯାଇ ମୌଳିକ ଭିତ୍ତି ଭୂମି ବିକାଶ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ବିକାଶ, ଆନ୍ତଃ ଗ୍ରାମ୍ୟ ସଡକ ସଂଯୋଗୀକରଣ, ଶିକ୍ଷା ଓ କ୍ରିଡା ଭିତ୍ତିଭୂମିର ସଂମ୍ପ୍ରସାରଣ ଓ ଆଧୁନିକୀକରଣ, ନୂତନ ଅଭିନବ ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ|ନ୍ଵୟନ ଉପରେ ବିଷଦଭାବେ ସିଧା ପ୍ରସାରଣ ରେ ଉଦବୋଧନ ଦେଇଥିଲେ | ଉକ୍ତ କାର୍ଯ୍ୟକ୍ରମ ରେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନଦ ନାୟକ, ଜିଲପରିଷଦ ସଭ୍ୟ ଗୁପ୍ତ ବିଶୋଇ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସିଡିପିଓ ମିନତୀ ଦାଶ, ଜେ. ରାଜଶେଖର ରାଓ, ଦିବାନ ସିଂ, ନରେଶ ସିଂ, ନରୁ ସିଂ, ସହକାରୀ ନିର୍ବାହୀ ଯନ୍ତ୍ରୀ ମାନସ କୁମାର ନେଟୀ, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସଂମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଦକ୍ଷତା ବ୍ଲକ ସହଭାଗୀ ମୋନାଲ ପରିଡା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ପର୍ଶୁରାମ ମାଳୀ ଏବଂ ବ୍ଲକ ର ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ | ଉକ୍ତ କାର୍ଯ୍ୟକ୍ରମରେ ୫୦୦ ରୁ ଊର୍ଦ୍ଧ୍ଵ ଜନସାଧାରଣ ମାନେ ଯୋଗ ଦେଇଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟସଭାପତି ରାଜନଗର ଅଞ୍ଚଳର ବାତ୍ୟାରେ ଫସଲର କ୍ଷୟକ୍ଷତି ପରିଦର୍ଶନ କଲେ

masiha

ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ସ୍ବର୍ଗତ ଶୈଳେନ୍ଦ୍ର ପ୍ରସାଦ ଆଚାର୍ଯ୍ୟଙ୍କ ଶୋକ ସଭା 

masiha

ବିଦ୍ୟାଳୟ ନ ଯାଇ ଦରମା ପାଉଛନ୍ତି ଶିକ୍ଷୟତ୍ରୀ

Leave a Comment

error: Content is protected !!