ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ

ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ପୋଚ ଜବତ 

 ମୟୂରଭଞ୍ଜ – ୨୧/୦୨ //ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ପିଠାକୁଟୁଣୀ ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୨୨୦ ଲିଟର ଦେଶୀ ରନ୍ଧା ମଦ ଓ ୪୬୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି । ଜବତ ହୋଇଥିବା ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଞ୍ଜିତ ଶବର , ବିଶୋଇ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପିଙ୍କି ମାରାଣ୍ଡି, ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ଅରୁଣ କୁମାର ମୁଦୁଲି, ବୁଦ୍ଧଦେବ ମହନ୍ତ, ସଂଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ନନ୍ଦାହାଣ୍ଡି ବିଡ଼ିଓ ଙ୍କ ଉଦ୍ୟମରେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ଦ୍ୱାରା ଥଇଥାନ ହେଲେ ୨ ଅଵହେଳିତ ଶିଶୁ

ସହିଦ ଦିବସ ଉପଲକ୍ଷେ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍ ପକ୍ଷରୁ ଡିଗ୍ରୀ କ୍ୟାମ୍ପସ ପରିସରରେ ଦୁଇ ମିନିଟର ନୀରବ ପ୍ରାର୍ଥନା ଅନୁଷ୍ଠିତ 

masiha

୧୫ଫୁଟ ମାଟି ପୋତି ହେଲାଣି ପୁରାତନ ଭତ୍ରାଡ୍ୟାମ ୭୫ ବର୍ଷ ପରେ ମଧ୍ୟ ହୋଇ ପାରିନି ପୁନରୁଦ୍ଧାର

Sunil Chandra Nayak

Leave a Comment

error: Content is protected !!