ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ଼ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼, ୨୫/୦୨(ମନିସ)-ଲାଞ୍ଜିଗଡ଼ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକସଭା ସାଂସଦଙ୍କ ପ୍ରତିନିଧି ଅବସର ପ୍ରାପ୍ତ ପ୍ରଶାସକ ଗଙ୍ଗାଧର ମାଝୀ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଜିଲ୍ଲା ପରିଷଦ ସଦସ୍ୟା ଅଞ୍ଜଳୀ ମାଝୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସହକାରୀ ନିର୍ବାହୀ ଯନ୍ତ୍ରୀ କ୍ଷୀରୋଦ କୁମାର ନାୟକ, ଗୋଷ୍ଠୀ ଶିକ୍ଷାଧିକାରୀ ରୁଷିଆ ମେହେର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଢଳଦେବ ମୁଣ୍ଡ, ଭାରତଭୂଷଣ ସାହୁ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦଶମତ ମାଝୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଭଗବାନ ଗଉଡ଼, କୃଷି ବିଭାଗର ଅଧିକାରୀ ବିଶ୍ୱରଞ୍ଜନ ସେନାପତି, ଦେବୀ ପ୍ରସାଦ ପୁଷ୍ଟି, ସହକାରୀ ମତ୍ସ୍ୟ ଅଧିକାରୀ ଦେବବ୍ରତ ନାୟକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ। ଏହି ଅବସରରେ ବ୍ଲକର ୨୬ ଗୋଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ, ସଭ୍ୟାମାନେ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ : ୫ ଟି ଶିକ୍ଷା ଅଧିକାରୀ ପଦବୀ ଖାଲି

ସ୍ୱାଧୀନତା ଦିବସ–୨୦୨୬ ଉପଲକ୍ଷେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

ଭବ୍ୟ ଆୟୋଜନରେ ସମାପ୍ତ ହେଲା ଜୟପାଟଣା କଳାହାଣ୍ଡି ଉତ୍ସବ ଘୁମୁରା  

Sunil Chandra Nayak

Leave a Comment

error: Content is protected !!