ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ 

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ 

ଆସିକା ,୧୩/୩/୨୫ // ଧରାକୋଟ ସ୍ଥିତ ସରକାରୀ ଯୁକ୍ତ ତିନି ମହାବିଦ୍ୟାଳୟ ର ଛାତ୍ରୀ ମାନଙ୍କ ପାଇଁ ଦୀର୍ଘ ଆଠ ଦିନ ଧରି ଚାଲିଥିବା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ଡ ସୁଜିତ କୁମାର ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଅକ୍ଷୟ ପଟ୍ଟନାୟକ ଯୋଗଦେଇ ଆତ୍ମ ସୁରକ୍ଷା କୌଶଳର ପ୍ରୟୋଗ ଓ ଆବଶ୍ୟକତା ଉପରେ ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଓଡ଼ିଶା ସରକାରଙ୍କ ଏହି ଅଭିନବ ପ୍ରୟାସ କୁ ସାଧୁବାଦ ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ଲିମା ପାତ୍ର,ଆରତୀ ପ୍ରଧାନ ଓ ରଜେଶ୍ୱରି ସାହୁ ଓ ପ୍ରଶିଖିକା ମିନତି ଗୌଡ଼ ଉପସ୍ଥିତ ରହିଥିଲେ। ମହାବିଦ୍ୟାଳୟ ର କର୍ମଚାରୀ ପୂର୍ଣ୍ଣ ଚନ୍ଦ୍ର ଦାସ,ଅଶୋକ ଗୌଡ଼,ରାକେଶ ସ୍ୱାଇଁ ଓ ପ୍ରଭାସିନୀ ନାହାକ ଏଥିରେ ସହଯୋଗ ପ୍ରଦାନ କରିଥିଲେ।

ଆସିକା ରୁ ଶିବ ଶଙ୍କର ମିଶ୍ର ମସିହା ନ୍ୟୁଜ

Related posts

ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ଖୋର୍ଲା ଠାରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ରାକ୍ଷୀ ପୁର୍ଣିମା ଅବସରରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ବଣ୍ଟନ  “ଜିଲ୍ଲାରୁ ଉପକୃତ ହେବେ ୭୬୬ମହିଳା”

Sunil Chandra Nayak

ଡାବୁଗାଁରେ ସାଧାରଣତନ୍ତ୍ର ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!