ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ

ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ

ଭବାନୀପାଟଣା : – କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ବିଭିନ୍ନ ସ୍ଵଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଭବାନୀପାଟଣା କୃଷ୍ଣ ପ୍ରସନ୍ନ ପଣ୍ଡା ଯୋଗଦେଇ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଦିଗରେ ଚିଟଫଣ୍ଡ କମ୍ପାନୀରେ ଟଙ୍କା ବିନିଯୋଗ କରିବାର ଅପକାରିତା, ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଜୀବନ ବୀମା, ଅଟଳ ପେନସନ ଯୋଜନା ବିଷୟରେ ଆଲୋକପାତ କରିଥିଲେ । ଏଥିରେ ମିଶନଶକ୍ତି ମଣ୍ଡଳୀ ଓ ଅଙ୍ଗନବାଡି କର୍ମକର୍ତ୍ତା କର୍ମୀ ଯୋଗ ଦେଇଥିଲେ । 

( ମ ନି ସ ) 

Related posts

ନବରଙ୍ଗପୁର ବ୍ଲକରେ ଭୀମଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ

Sunil Chandra Nayak

୧୫ଫୁଟ ମାଟି ପୋତି ହେଲାଣି ପୁରାତନ ଭତ୍ରାଡ୍ୟାମ ୭୫ ବର୍ଷ ପରେ ମଧ୍ୟ ହୋଇ ପାରିନି ପୁନରୁଦ୍ଧାର

Sunil Chandra Nayak

ଜଗତସିଂହପୁର ଜିଲ୍ଲା ମହୋତ୍ସବ କଲ୍ଲୋଳ 2023 ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!