ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହୋଲିରେ ଅଘଟଣ   ହାତୀ ନଦୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ

ହୋଲିରେ ଅଘଟଣ

  ହାତୀ ନଦୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ

କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ି(୨୨) ଓ ସେ ସହରର ବ୍ରାହ୍ମଣ ପଡାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟ,ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀ କୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡି ଯାଇଥିଲେ। ଖବର ପାଇଁ ଘଟଣା ସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଥିଲେ। ଏ ନେଇଁ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ(୫/୨୫) ରୁଜୁ ହୋଇଛି। 

ବିଦ୍ୟାଧର ସାହୁ ଙ୍କ ରିପୋର୍ଟ୍ 

Related posts

ଶିବ ଶକ୍ତି ଯୁଥ୍ କ୍ଳବ୍ ପକ୍ଷରୁ ସରସ୍ବତୀଙ୍କ ଆଜ୍ଞା ଲଡୁ ହେଲା ନିଲାମ

masiha

ଆନ୍ତର୍ଜାତୀକ ମହିଳା ଦିବସ ପାଳନ 

Sunil Chandra Nayak

ସରକାର ଓଡିଶାର ସମସ୍ତ ଚାଷୀଙ୍କଠାରୁ କୃଷିଋଣ ଛାଡ଼କରିବାକୁସମାଜବାଦୀ ପାର୍ଟିର ଦାବି

masiha

Leave a Comment

error: Content is protected !!