ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହୋଲିରେ ଅଘଟଣ   ହାତୀ ନଦୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ

ହୋଲିରେ ଅଘଟଣ

  ହାତୀ ନଦୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ

କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ମୃତ ଯୁବକଙ୍କ ନାମ ପ୍ରତ୍ୟୁଷ ପାଢ଼ି(୨୨) ଓ ସେ ସହରର ବ୍ରାହ୍ମଣ ପଡାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟ,ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀ କୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡି ଯାଇଥିଲେ। ଖବର ପାଇଁ ଘଟଣା ସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଥିଲେ। ଏ ନେଇଁ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ(୫/୨୫) ରୁଜୁ ହୋଇଛି। 

ବିଦ୍ୟାଧର ସାହୁ ଙ୍କ ରିପୋର୍ଟ୍ 

Related posts

ରାଜ୍ୟରେ ଶିକ୍ଷାଦାନ ସେବାକୁ ତ୍ଵରାନିତ୍ଵ କରୁଛି ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ 

Sunil Chandra Nayak

ଜଙ୍ଗଲ ନିଆଁ ନିବାରଣ ସଚେତନତା ଅଭିଯାନ କାର୍ଯ୍ୟକ୍ରମ 

masiha

ଭୋଟର ତାଲିକା ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ ଆଇ ଆର )ପ୍ରକ୍ରିୟାର ସୁଚାରୁ ପରିଚାଳନା ସମ୍ବନ୍ଧୀୟ ବୈଠକ

Leave a Comment

error: Content is protected !!