ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପୌର ଶାସନ ପ୍ରଣାଳୀ ଏବଂ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳା

ପୌର ଶାସନ ପ୍ରଣାଳୀ ଏବଂ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଜ ସହରକୁ ଶ୍ରେଷ୍ଠ ଭାବେ ଗଢି ତୋଳିବା ପାଇଁ ନିଷ୍ଠାର ସହ କାମ କରିବାକୁ ନବନିର୍ବାଚିତ ମେୟର ଓ ପୋୖରାଧ୍ୟକ୍ଷମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ ଲୋକଙ୍କ ସମସ୍ୟାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି। ସ୍ୱଚ୍ଛତା ଓ ବର୍ଜ୍ୟ ବସ୍ତୁ ପରିଚାଳନା ଉପରେ ଅଧିକ ଗୁରୁତ୍ୱ ଦେଇ କାମ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସହରାଞ୍ଚଳ ବିକାଶରେ ଆସିଥିବା ରୂପାନ୍ତରରେ ୫-ଟି ଉପକ୍ରମର ମହତ୍ବପୂର୍ଣ୍ଣ ଭୂମିକା ରହିଛି। ଲୋକଙ୍କୁ ଉତ୍ତମ ସେବା ପ୍ରଦାନ ପାଇଁ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ କରିଛନ୍ତି।

ଚଳିତ ପୌର ନିର୍ବାଚନରେ ମା’ମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌର ସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଭାଲୁ ଆକ୍ରମଣ ରେ ଜଣେ ଗୁରୁତର

Sunil Chandra Nayak

ସାହିତ୍ୟ ଅଗଣା

Sunil Chandra Nayak

ଜଗଦାରେ ନିର୍ମାଣଧୀନ ଆପାର୍ଟମେଣ୍ଟର ପ୍ରବେଶ ପଥକୁ ନେଇ ବିରୋଧ

Sunil Chandra Nayak

Leave a Comment

error: Content is protected !!